Odisha Link
Bridging the Missing Links in Odisha

୧୯-୨୦ର ସବୁ ନବମ ପିଲା ଦେବେ ମାଟ୍ରିକ ପରୀକ୍ଷା

ଭୁବନେଶ୍ବର: ୨୦୧୯-୨୦ ଶିକ୍ଷାବର୍ଷରେ ନବମ ଶ୍ରେଣୀରେ ପଢ଼ୁଥିବା ସବୁ ଛାତ୍ରଛାତ୍ରୀ ୨୦୨୧ ମେ ମାସରେ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ବାରା ପରିଚାଳିତ ବାର୍ଷିକ ସାର୍ଟିଫିକେଟ୍‌ ପରୀକ୍ଷା ଦେଇପାରିବେ। ଏ ନେଇ ରାଜ୍ୟ ସରକାର ଘୋଷଣା କରିଛନ୍ତି। ଏହା କେବଳ ଓଡିଆ ମାଧ୍ୟମ ଛାତ୍ରଛାତ୍ରୀଙ୍କ ପାଇଁ ପ୍ରଯୁଜ୍ୟ। କୋଭିଡ୍ ଯୋଗୁଁ ରାଜ୍ୟର ସବୁ ଶିକ୍ଷାନୁଷ୍ଠାନ ମାର୍ଚ୍ଚ ୨୦୨୦ରୁ ବନ୍ଦ ରହିଥିଲା।

ତେଣୁ ନବମ ଶ୍ରେଣୀ ବାର୍ଷିକ ପରୀକ୍ଷା ଅନୁଷ୍ଠିତ ହୋଇପାରି ନଥିଲା। ପରବର୍ତ୍ତୀ ସମୟରେ ୨୦୨୧ ଜାନୁଆରୀରୁ ଦଶମ ଓ ଦ୍ବାଦଶ ଶ୍ରେଣୀ ଛାତ୍ରଛାତ୍ରୀଙ୍କୁ ପରୀକ୍ଷା ପାଇଁ ପ୍ରସ୍ତୁତ କରିବା ପାଇଁ କୋଭିଡ୍ ନିୟମାବଳୀ ପାଳନ କରି ସ୍କୁଲ ଖୋଲାଯାଇଛି। ତଥାପି ପିଲାମାନଙ୍କର ମାନସିକ ଚାପକୁ ଦୃଷ୍ଟିରେ ରଖି ସରକାର ଏହି ନିଷ୍ପତ୍ତି ନେଇଛନ୍ତି।

ଛାତ୍ରଛାତ୍ରୀଙ୍କ ଆବଶ୍ୟକତାକୁ ଭିତ୍ତିକରି ସେମାନଙ୍କ ମନରେ ଥିବା ପାଠ୍ୟ ସଂପର୍କିତ ଦ୍ବନ୍ଦ ଦୂର ପାଇଁ ସ୍ବତନ୍ତ୍ର କ୍ଲାସ ମଧ୍ୟ ବିଦ୍ୟାଳୟ ସ୍ତରରେ କରାଯିବ। ସେହିପରି ୨୦୧୯-୨୦ ଶିକ୍ଷା ବର୍ଷରେ ରାଜ୍ୟରେ ଏକାଦଶ ଶ୍ରେଣୀ ପଢ଼ୁଥିବା ସବୁ ଛାତ୍ରଛାତ୍ରୀ ମଧ୍ୟ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ବାରା ପରିଚାଳିତ ୨୦୨୧ ମେ ମାସରେ ଯୁକ୍ତ ୨ ପରୀକ୍ଷା ଦେଇପାରିବେ।

Comments are closed.