Odisha Link
Bridging the Missing Links in Odisha

ଆଜି ହିଞ୍ଜିଳିରେ ବହୁ ପ୍ରକଳ୍ପର ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ

ଗଞ୍ଜାମ: ଆଜି ହିଞ୍ଜିଳିରେ ବହୁ ପ୍ରକଳ୍ପର ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ। ସନ୍ଧ୍ୟା ୫ଟା ସମୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ ସ୍ଥାନୀୟ ବିଧାୟକ ଭିଡ଼ିଓ କନଫରେନ୍ସ ମାଧ୍ୟମରେ ବିଭିନ୍ନ ପ୍ରକଳ୍ପର ଉଦଘାଟନ କରିବାର କାର୍ଯ୍ୟକ୍ରମ ରହିଛି।

୩ କୋଟି ବ୍ୟୟରେ ନିର୍ମାଣ ହୋଇଥିବା ହିଞ୍ଜିଳିକାଟୁର ନୂତନ ବସ ଟର୍ମିନାଲ, ବରିଷ୍ଠ ନାଗରିକଙ୍କ ପାଇଁ ଚିତୋ ବିନୋଦନ କେନ୍ଦ୍ର, ପୌର ପରିଷଦ ଅତିଥି ଭବନ, ୧୨ଲକ୍ଷ ବ୍ୟୟରେ ନିର୍ମିତ ବିଜୁ ବାବୁଙ୍କ ବ୍ରୋଞ୍ଚ ପ୍ରତିମୂର୍ତ୍ତି, ଶୀତଳ ଭଣ୍ଡାର, ଆର୍.ଏମ.ସି ମାର୍କେଟ କମ୍ପ୍ଲେକ୍ସକୁ ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।

ସମସ୍ତ ପ୍ରକଳ୍ପ ପାଇଁ ମୋଟ୍ ୨୮, ୦୦, ୫୭, ୬୮୦ କୋଟି ଟଙ୍କା ଖର୍ଚ୍ଚ ହୋଇଛି। ଏହାସହ ୧୩ କୋଟି ବ୍ୟୟରେ ନିର୍ମିତ ଉପଖଣ୍ଡ ଚିକିତ୍ସାଳୟ ନୂତନ କୋଠା, ଦେଉଳିବନ୍ଧର ସୌନ୍ଦର୍ଯ୍ୟକରଣ ନୂତନ କୋଠା ଉଦଘାଟନ କରିବାର କାର୍ଯ୍ୟକ୍ରମ ରହିଛି।

Comments are closed.