Odisha Link
Bridging the Missing Links in Odisha

ସଡ଼କ ଦୁର୍ଘଟଣାରେ ୬ ମୃତ

ଆଗ୍ରା: ସଡ଼କ ଦୁର୍ଘଟଣାରେ ଗୋଟିଏ ପରିବାରରୁ ୬ଜଣ ପ୍ରାଣ ହରାଇଛନ୍ତି। ଏହି ଦୁର୍ଘଟଣାଟି ଉତ୍ତର ପ୍ରଦେଶର କନ୍ନୋଜ ଜିଲ୍ଲାରେ ଘଟିଛି। ଟ୍ରକଟି କାରଟିକୁ ଧକ୍କା ଦେବା ଫଳରେ ଏହା ଦୁର୍ଘଟଣା ଗ୍ରସ୍ତ ହୋଇଥିଲା । ସେମାନେ ଲକ୍ଷ୍ମୀପୁରରୁ ମେହଦୀପୁର ବାଲାଜୀ ଦର୍ଶନ କରିବାକୁ ଯାଉଥିଲେ। ସୂଚନା ପାଇ ସ୍ଥାନୀୟ ପୁଲିସ ଘଟଣାସ୍ଥଳରେ ପହଁଚି ତଦନ୍ତ ଆରମ୍ଭ କରିଛି। ସମସ୍ତ ମୃତଦେହକୁ ପୋଷ୍ଟମଟର୍ମ ପାଇଁ ପଠାଯାଇଛି। ଏହାସହ ତଦନ୍ତ ଆରମ୍ଭ କରିଛି ପୁଲିସ।

ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ କନ୍ନୋଜ ଦୁର୍ଘଟଣାକୁ ନେଇ ଦୁଃଖ ପ୍ରକାଶ କରିଛନ୍ତି । ଏହାସହ ବରିଷ୍ଠ ପ୍ରଶାସନିକ ଅଧିକାରୀଙ୍କୁ ସେ ପୀଡିତ ପରିବାରକୁ ଯଥାସମ୍ଭବ ସହୟତା ପ୍ରଦାନ ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ପ୍ରକାଶ ଯେ, ଉତ୍ତର ପ୍ରଦେଶରେ ଲଗାତର ଭାବେ ସଡକ ଦୁର୍ଘଟଣା ବୃଦ୍ଧି ପାଇବାରେ ଲାଗିଛି।

ଗତ ୯ ତାରିଖରେ ଜଣେ ମହିଳାଙ୍କ ଅନ୍ତିମ ସଂସ୍କାର ସାରି ଫେରୁଥିବା ପରିବାର ଲୋକେ ଦୁର୍ଘଟଣାର ସମ୍ମୁଖୀନ ହୋଇଥିଲେ । ଏଥିରେ ଘଟଣାସ୍ଥଳରେ ୫ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ଚିକିତ୍ସିତ ଅବସ୍ଥାରେ ମୃତ୍ୟୁବରଣ କରିଥିଲେ ।

Comments are closed.