Odisha Link
Bridging the Missing Links in Odisha

ରାଜ୍ୟରେ କରୋନା: ୫୯ ପଜିଟିଭ୍ ଚିହ୍ନଟ

ଭୁବନେଶ୍ବର : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୫୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୬୧୦୧ରେ ପହଞ୍ଚିଛି। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୪ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୨୫ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି ।

ସଂକ୍ରମିତଙ୍କ ମଧ୍ୟରୁ ଅନୁଗୋଳ ଜିଲ୍ଲାରୁ ୭ଜଣ, ବାଲେଶ୍ୱର ଜିଲ୍ଲାରୁ ୪ଜଣ, ବରଗଡ଼ ଜିଲ୍ଲାରୁ ୯ଜଣ, କଟକରୁ ୨ ଜଣ ,ଦେଓଗଡ଼ ଜିଲ୍ଲାରୁ ୨ଜଣ, ଯାଜପୁର ଜିଲ୍ଲାରୁ ୨ଜଣ,ଝାରସୁଗୁଡ଼ା ଜିଲ୍ଲାରୁ ଜଣେ,କଳାହାଣ୍ଡି ଜିଲ୍ଲାରୁ ୨ ଜଣ,କେନ୍ଦ୍ରାପଡ଼ାରୁ ଜଣେ,ଖୋର୍ଦ୍ଧା ଜିଲ୍ଲାରୁ ୬ ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨ ଜଣ, ନୂଆପଡ଼ା ଜିଲ୍ଲାରୁ ୨ଜଣ, ପୁରୀ ଜିଲ୍ଲାରୁ ୩ଜଣ, ସମ୍ବଲପୁର ଜିଲ୍ଲାରୁ୭ ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୯ ଜଣ ରହିଛନ୍ତି ।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୩୬୧୦୧ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୭୮୭ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୩୩୩୫୧ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୮୦୦୧୭୦୧ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

Comments are closed.