Odisha Link
Bridging the Missing Links in Odisha

୧୬ରେ ସୁନ୍ଦରଗଡ଼ ଜିଲ୍ଲା ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ

ସୁନ୍ଦରଗଡ଼: ରାଉରକେଲା ସହରରେ ଦେଶର ସର୍ବ ବୃହତ ହକି ଷ୍ଟାଡିୟମ ସହ ଜିଲ୍ଲାର ୧୭ଟି ବ୍ଲକରେ ୧୭ଟି ଆଷ୍ଟ୍ରୋ ଟର୍ଫ ନିର୍ମାଣ କରାଯିବ। ଜିଲ୍ଲାର ବିକାଶ ପାଇଁ ୪ ହଜାର ୮ ଶହ କୋଟି ଟଙ୍କାର ପ୍ୟାକେଜ୍ ଘୋଷଣା କରାଯିବ। ଏହାର ଉଦଘାଟନ ପାଇଁ ୧୬ରେ ମୁଖ୍ୟମନ୍ତ୍ରୀ ରାଉରକେଲା ଗସ୍ତ କରିବେ। ବିକାଶ କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ସହ ଲୋକଙ୍କ ବିଭିନ୍ନ ସମସ୍ୟା ସମାଧାନ କରିବା ପାଇଁ ୧୭ ଜଣ ମନ୍ତ୍ରୀ ଓ ୭୦ ବିଧାୟକଙ୍କୁ ଦାୟିତ୍ୱ ଦିଆଯାଇଛି । ୧୬ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଉରକେଲା ଗସ୍ତରେ ଯିବେ ।

ହକିର ଏନ୍ତୁଡ଼ିଶାଳ ସୁନ୍ଦରଗଡ଼ ଜିଲ୍ଲାର ରାଉରକେଲାରେ ନିର୍ମାଣ ହେବ ଦେଶର ସର୍ବ ବୃହତ ହକି ଷ୍ଟାଡିୟମ୍। ଜିଲ୍ଲାର ୧୭ଟି ବ୍ଲକରେ ୧୭ଟି ଆଷ୍ଟ୍ରୋ ଟର୍ଫ ନିର୍ମାଣ କରାଯିବ । ୧୨ କୋଟି ଟଙ୍କାର ପାନୀୟ ଜଳ ପ୍ରକଳ୍ପ ଓ ୩୫୧ କୋଟି ଟଙ୍କା ବ୍ୟୟ ଅଟକଳରେ ୧୧ଟି ବୃହତ ଉଠାଜଳସେଚନ ପ୍ରକଳ୍ପର ଶୁଭାରମ୍ଭ ହେବ। ବିଭିନ୍ନ ଗ୍ରାମରେ ବିଶୁଦ୍ଧ ପାନୀୟ ଜଳ ଯୋଗାଣ ପାଇଁ ୧୫୯୯ କୋଟି ଟଙ୍କା । ଶିକ୍ଷା କ୍ଷେତ୍ରରେ ଉନ୍ନତି ପାଇଁ ୧୦ଟି କସ୍ତୁରବା ଗାନ୍ଧି ଆବାସିକ ବାଳିକା ବିଦ୍ୟାଳୟର ଓ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ୧୭ଟି ଛାତ୍ର ନିବାସ ଓ ୧୬ଟି ଛାତ୍ରୀ ନିବାସ ପାଇଁ ହେବ ଶିଳାନ୍ୟାସ ।

ଏଥିପାଇଁ ୧୬ ତାରିଖରେ ରାଉରକେଲା ଗସ୍ତ କରିବେ ମୁଖ୍ୟମନ୍ତ୍ରୀ । ବିକାଶ କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ସହ ଲୋକଙ୍କ ବିଭିନ୍ନ ସମସ୍ୟା ସମାଧାନ କରିବା ପାଇଁ ୧୭ ଜଣ ମନ୍ତ୍ରୀ ଓ ୭୦ ବିଧାୟକଙ୍କୁ ଦାୟିତ୍ୱ ଦିଆଯାଇଛି। ସୁନ୍ଦରଗଡ଼ ଜିଲ୍ଲାର ବିକାଶ ପାଇଁ ୪ ହଜାର ୮ ଶହ କୋଟି ଟଙ୍କାର ପ୍ୟାକେଜ ଘୋଷଣା ହୋଇଛି। ସକାଳ ୧୧ଟା ୩୦ରେ ପହଞ୍ଚି ରାଉରକେଲା ବିପିୟୁଟି ପରିସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମସ୍ତ ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ କରିବେ।

ଏଥିପାଇଁ ସମସ୍ତ ପ୍ରସ୍ତୁତି ଏକପ୍ରକାର ସରିଥିବାବେଳେ ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଛନ୍ତି ଜିଲ୍ଲାବାସୀ। ମୁଖ୍ୟମନ୍ତ୍ରୀଙ୍କ ଉଦଘାଟନ ଓ ସାଧାରଣ ସଭାକୁ ଲାଇଭ୍ ଦେଖିବେ ଜିଲ୍ଲାବାସୀ।

Comments are closed.