Odisha Link
Bridging the Missing Links in Odisha

ଆସନ୍ତାକାଲି ଓଡ଼ିଶା ବନ୍ଦ

ଭୁବନେଶ୍ୱର: ଦିନକୁ ଦିନ ପେଟ୍ରୋଲ, ଡିଜେଲ୍ ଓ ଏଲ୍‌ପିଜି ଗ୍ୟାସ୍‌ ଦର ଅହେତୁକ ଭାବେ ବଢ଼ି ଚାଲିଛି। ଯାହାର ସିଧାସଳଖ ପ୍ରଭାବ ସାଧାରଣ ଲୋକଙ୍କ ଉପରେ ପଡୁଛି। ଏହାର ପ୍ରତିବାଦରେ କଂଗ୍ରେସ ପକ୍ଷରୁ ଆସନ୍ତାକାଲି ୬ ଘଣ୍ଟା ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି। ସକାଳ ୭ଟାରୁ ଦିନ ଗୋଟାଏ ଯାଏ ବନ୍ଦ ଡାକରା ଦେଇଛି କଂଗ୍ରେସ।

ଆସନ୍ତାକାଲି ବନ୍ଦକୁ ଶାନ୍ତିପୂର୍ଣ୍ଣ କରିବା ପାଇଁ ଆହ୍ୱାନ ଦେଇଛନ୍ତି ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ। ଆମ୍ବୁଲାନ୍ସ, ଜରୁରୀ ସେବାରେ ନିୟୋଜିତ ଥିବା ଯାନବାହାନ, ଔଷଧ ଦୋକାନ, ଅତି ଆବଶ୍ୟକ ସେବାରେ ଥିବା ଗାଡ଼ି ଏଥିରୁ ବାଦ୍ ପଡ଼ିବ। ସେହିଭଳି ଯେଉଁ ଗାଡ଼ିରେ ଫୁଲ ସଜା ହୋଇଥିବ, ସେ ଗାଡ଼ିକୁ ବି ବନ୍ଦ ଡାକରାରୁ ବାଦ୍ ଦିଆଯିବ। ବିବାହ ପାଇଁ ଯାଉଥିବା ଗାଡ଼ି କିମ୍ବା ସତ୍କାର ପାଇଁ ଯାଉଥିବ ଗାଡ଼ିକୁ ଏଥିରୁ ବାଦ ଦିଆଯିବ। ସାଧାରଣଲୋକଙ୍କର ଯେପରି ଅସୁବିଧା ହେବନି ତା’ଉପରେ ଧ୍ୟାନ ଦିଆଯିବ ବୋଲି ପିସିସି ସଭାପତି କହିଛନ୍ତି।

ପେଟ୍ରୋଲ ଓ ଡିଜେଲ୍, ଏଲ୍‌ପିଜି ଗ୍ୟାସ୍‌ ଦର ସହ ବେକାରୀ ସମସ୍ୟା, ରାଜ୍ୟରେ ନାରୀ ଓ ଶିଶୁ ନିର୍ଯାତନା, ବିଗିଡ଼ିଥିବା ଆଇନ ଶୃଙ୍ଖଳା ପରିସ୍ଥିତି ଭଳି ଏକାଧିକ ପ୍ରସଙ୍ଗ ନେଇ ଓଡ଼ିଶା ବନ୍ଦ ଡାକରା ଦେଇଛି କଂଗ୍ରେସ।

Comments are closed.