Odisha Link
Bridging the Missing Links in Odisha

ମାର୍ଚ୍ଚ ପହିଲାରୁ ବରିଷ୍ଠ ନାଗରିକଙ୍କୁ ଟିକା

ଭୁବନେଶ୍ୱର: ଆସନ୍ତା ମାର୍ଚ୍ଚ ପହିଲାରୁ ବରିଷ୍ଠ ନାଗରିକଙ୍କୁ ଟିକା। ରାଜ୍ୟରେ ବରିଷ୍ଠ ନାଗରିକମାନଙ୍କୁ କୋଭିଡ ଟିକାକରଣ କରାଯିବ। ଏନେଇ ସୂଚନା ଦେଇଛନ୍ତି ସ୍ୱାସ୍ଥ୍ୟ ବିଭାଗ ବୈଷୟିକ ମୁଖପାତ୍ର ପ୍ରଫେସର ଜୟନ୍ତ ପଣ୍ଡା।

ସେ ସୂଚନା ଦେଇ କହିଛନ୍ତି, ମାର୍ଚ୍ଚ ୧ରୁ ବରିଷ୍ଠ ନାଗରିକମାନଙ୍କୁ କୋଭିଡ ଟିକାକରଣ କରାଯିବା ପାଇଁ କେନ୍ଦ୍ର ସରକାର ନିଷ୍ପତ୍ତି ନେଇଛନ୍ତି। ସେହି ଅନୁସାରେ ୫୦ ବର୍ଷରୁ ଅଧିକ ବୟସ୍କ ଲୋକଙ୍କୁ ଟିକାକରଣ କରାଯିବ। ବରିଷ୍ଠ ନାଗରିକଙ୍କ ରେଜିଷ୍ଟ୍ରେସନ କରାଯାଇ ଟିକାକରଣ କରାଯିବ ବୋଲି ଶ୍ରୀ ପଣ୍ଡା ସୂଚନା ଦେଇଛନ୍ତି।

ଅନ୍ୟପକ୍ଷରେ ରାଜ୍ୟରେ ଏପର୍ଯ୍ୟନ୍ତ ଶତ ପ୍ରତିଶତ ସ୍ୱାସ୍ଥ୍ୟକର୍ମୀ ଟିକା ନେଇ ନାହାଁନ୍ତି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟରେ ସ୍ୱାସ୍ଥ୍ୟକର୍ମୀଙ୍କ ପାଇଁ ପ୍ରଥମ ଡୋଜ ଟିକାଦାନ ଅବଧି ୨୫ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ଏହି ସମୟ ମଧ୍ୟରେ ଯେଭଳି ଶତପ୍ରତିଶତ ସ୍ୱାସ୍ଥ୍ୟକର୍ମୀଙ୍କୁ ଟିକାଦାନ ହେବ। ସେନେଇ ଦୃଷ୍ଟିଦେବାକୁ ସ୍ୱାସ୍ଥ୍ୟ ବିଭାଗ ଅତିରିକ୍ତ ମୁଖ୍ୟଶାସନ ସଚିବ ପ୍ରଦୀପ୍ତ କୁମାର ମହାପାତ୍ର ସବୁ ଜିଲ୍ଲାପାଳ ଓ ମହାନଗର କମିଶନରଙ୍କୁ ଏକ ନିର୍ଦ୍ଦେଶନାମା ଜାରି କରିଛନ୍ତି।

Comments are closed.