Odisha Link
Bridging the Missing Links in Odisha

ପଶ୍ଚିମ ଓଡ଼ିଶା ବିକାଶ ପରିଷଦର ବଜେଟ ୨୦୦ କୋଟିକୁ ବୃଦ୍ଧି କରାଯିବ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ପଶ୍ଚିମ ଓଡ଼ିଶା ବିକାଶ ପରିଷଦର କାର୍ଯ୍ୟକ୍ରମ ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସେ ନିର୍ଦ୍ଦେଶ ଦେଇଛନ୍ତି ପଶ୍ଚିମ ଓଡ଼ିଶାର ବିକାଶ ପାଇଁ ପରିଷଦର ବାର୍ଷିକ ଅନୁଦାନକୁ ଦୁଇ ଗୁଣ କରାଯିବ। ଏହା ସହିତ ଯୁବକ ଯୁବତୀ ମାନଙ୍କ ପାଇଁ ଯେପରି ରୋଜଗାରର ଅଧିକ ସୁଯୋଗ ସୃଷ୍ଟି ହେବ, ସେଥିପ୍ରତି ଯତ୍ନବାନ ହେବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି।

ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ପରେ ପରିଷଦକୁ ରାଜ୍ୟ ସରକାରଙ୍କ ଅନୁଦାନ ପରିମାଣ ୨୦୨୧-୨୨ ଆର୍ଥିକ ବର୍ଷରେ ୨୦୦ କୋଟି ହେବ। ଏହାସହିତ ପଶ୍ଚିମ ଓଡ଼ିଶାରେ ବିକାଶ କାର୍ଯ୍ୟକ୍ରମକୁ ତ୍ବରାନ୍ବିତ କରିବା ଏବଂ ଲୋକଙ୍କ ପାଖରେ ପ୍ରଶାସନକୁ ପହଞ୍ଚାଇବା ପାଇଁ ପରିଷଦ ଅଧୀନରେ ଥିବା ୧୦ଟି ଜିଲ୍ଲା ଏବଂ ଆଠମଲ୍ଲିକରେ ପରିଷଦର କାର୍ଯ୍ୟାଳୟ ଖୋଲିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

ପଶ୍ଚିମ ଓଡ଼ିଶାରେ କାର୍ଯ୍ୟକାରୀ ହେଉଥିବା ଅନେକ ଗୁଡିଏ ବୃହତ ପ୍ରକଳ୍ପକୁ ତ୍ବରାନ୍ବିତ କରି ଠିକ୍‌ ସମୟରେ ଶେଷ କରିବା ପାଇଁ WODC ପଦକ୍ଷେପ ନେବ ବୋଲି ବୈଠକରେ ନିଷ୍ପତ୍ତି ହୋଇଛି ।

Comments are closed.