Odisha Link
Bridging the Missing Links in Odisha

ବର୍ଷା ଆଶଙ୍କା, ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ବର: ରାଜ୍ୟରେ ଶୀତ ପ୍ରକୋପ କମିବାରେ ଲାଗିଛି। ସର୍ବାଧିକ ତାପମାତ୍ରା ବୃଦ୍ଧି ପାଇବା ଯୋଗୁଁ ଦିନରେ ଖରା ବଢୁଛି। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ସର୍ବନିମ୍ନ ତାପମାତ୍ରା ସବୁଠୁ କମ ବୌଦ୍ଧରେ ୧୦.୫ ଡିଗ୍ରୀ ସେଲସିୟସ୍‌ ରେକର୍ଡ କରାଯାଇଛି। ସେହିପରି ସର୍ବାଧିକ ତାପମାତ୍ରା ଭୁବନେଶ୍ବରରେ ୩୫.୪ ଡିଗ୍ରୀ ସେଲସିୟସ୍‌ ରେକର୍ଡ କରାଯାଇଛି। ଏନେଇ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

ପାଣିପାଗ କେନ୍ଦ୍ରର ଆକଳନ ଅନୁଯାୟୀ, ଆସନ୍ତା ଦୁଇଦିନ ପର୍ଯ୍ୟନ୍ତ ରାଜ୍ୟରେ ପାଗ ଶୁଖିଲା ରହିବ। ୧୬ରେ ପାଗରେ ପରିବର୍ତ୍ତନ ଆସିବା ଦ୍ବାରା ରାଜ୍ୟର ବିଭିନ୍ନ ସ୍ଥାନ ମେଘୁଆ ରହିବ। ପଶ୍ଚିମ ଓଡ଼ିଶାର ସମ୍ବଲପୁର, ନୂଆପଡା, ବରଗଡ, ଝାରସୁଗୁଡା, ସୁନ୍ଦରଗଡ ଓ ଦେବଗଡ ଜିଲାରେ ବିଜୁଳି ଘଡଘଡି ସହିତ ବର୍ଷା ହୋଇପାରେ। ୧୭ରେ ଦକ୍ଷିଣ-ଆଭ୍ୟନ୍ତରୀଣରେ ବିଜୁଳି ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି।

ବର୍ଷା ଆଶଙ୍କା କରି ପାଣିପାଗ କେନ୍ଦ୍ର ପକ୍ଷରୁ ରାୟଗଡା, ଗଜପତି, ଗଞ୍ଜାମ, କନ୍ଧମାଳ, କଳାହାଣ୍ଡି, ବୌଦ୍ଧ, ସୋନପୁର, ବଲାଙ୍ଗୀର, ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ବର, ଭଦ୍ରକ, ଯାଜପୁର, ଅନୁଗୋଳ ଏବଂ ଢେଙ୍କାନାଳ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଏଥିସହ ୧୮ରେ କେନ୍ଦୁଝର, ମୟୂରଭଞ୍ଜ, କନ୍ଧମାଳ, ଗଜପତି, ଗଞ୍ଜାମ, ଅନୁଗୋଳ, ଢେଙ୍କାନାଳ, ଯାଜପୁର, ଭଦ୍ରକ ଓ ବାଲେଶ୍ବର ଜିଲାରେ ବିଜୁଳି ଘଡଘଡି ସହିତ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।

Comments are closed.