Odisha Link
Bridging the Missing Links in Odisha

ଗଜପତି ସଡ଼କ ଦୁର୍ଘଟଣା: ମୃତକଙ୍କ ପରିବାରକୁ ସହାୟତା ଘୋଷଣା ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଗଜପତି ସଡ଼କ ଦୁର୍ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିଛନ୍ତି। ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କା ଲେଖାଏଁ ସହାୟତା ରାଶି ଘୋଷଣା କରିଛନ୍ତି। ଗଜପତି ଜିଲ୍ଲା ଆର୍ ଉଦୟଗିରି ଠାରେ ଏହି ମର୍ମନ୍ତୁଦ ଦୁର୍ଘଟଣା ଘଟିଛି।

ଏହି ଦୁର୍ଘଟଣାରେ ୨ ଜଣଙ୍କ ମୃତ୍ୟୁ ହୋଇଛି। ମୃତକଙ୍କ ପରିବାର ଲୋକଙ୍କୁ ଗଭୀର ସମବେଦନା ଜଣାଇବା ସହ ନିକଟତମ ଆତ୍ମୀୟଙ୍କ ପାଇଁ ଦୁଇ ଲଷ ଟଙ୍କା ଲେଖାଏଁ ଅନୁକମ୍ପା ମୂଳକ ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ। ଆହତମାନଙ୍କୁ ମାଗଣାରେ ଚିକିତ୍ସା ଯୋଗାଇ ଦିଆଯିବ ବୋଲି ମଧ୍ୟ ଘୋଷଣା କରିଛନ୍ତି।

ପ୍ରକାଶ ଯେ, ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ମିନି ଟ୍ରକ ଓଲଟି ୨ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ୨୦ ଜଣ ଆହତ ହୋଇଛନ୍ତି। ଆର.ଉଦୟଗିରି ନିକଟ କଙ୍କଡ଼ାଗୁଡ଼ା ଛକ ନିକଟରେ ଏହି ଦୁର୍ଘଟଣା ଘଟିଛି। ବାହାଘର ଭୋଜି ଖାଇବାକୁ ଯାଉଥିବା ବାଟରେ ଏହି ଦୁର୍ଘଟଣା ଘଟିଛି।

ମୃତାହତମାନେ ତୁମୁନ ଗ୍ରାମରୁ ଜମାଡ଼ିହ ଗ୍ରାମକୁ ଯାଉଥିବାବେଳେ ଏହି ଦୁର୍ଘଟଣା ଘଟିଛି। ଏନେଇ ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚିବା ସହ ଶବ ଜବତ କରି ଆହତମାନଙ୍କୁ ମେଡିକାଲରେ ଭର୍ତ୍ତି କରିଥିଲା।

Comments are closed.