Odisha Link
Bridging the Missing Links in Odisha

୨୦ ଯାଏଁ ରାଜ୍ୟରେ ହାଲୁକା ବର୍ଷା ଆଶଙ୍କା

ଭୁବନେଶ୍ବର: ପଶ୍ଚିମ ଓଡ଼ିଶା ସହ ଆଭ୍ୟନ୍ତରୀଣ ଓଡ଼ିଶା ଓ ଉତ୍ତର ଓଡ଼ିଶାରେ ହାଲୁକା ବର୍ଷା ଆଶଙ୍କା। କିଛି କିଛି ସ୍ଥାନରେ ହାଲ୍‌କାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ଏଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ମଙ୍ଗଳବାର ଆଭ୍ୟନ୍ତରୀଣ ଓଡ଼ିଶାର ସୁନ୍ଦରଗଡ଼, ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, କେନ୍ଦୁଝର, ମୟୂରଭଞ୍ଜରେ ହାଲୁକା ବର୍ଷା ସମ୍ଭାବନା ଅଛି।

ବୁଧବାର ନୂଆପଡ଼ା, ବଲାଙ୍ଗିର, କଳାହାଣ୍ଡି, ବୌଦ୍ଧ, ସୋନପୁର, ସମ୍ବଲପୁର, ଅନୁଗୁଳ ଜିଲ୍ଲାର ଅଳ୍ପ କେତେକ ଜାଗାରେ ଘଡ଼ଘଡ଼ି ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। କେତେକ ଜିଲ୍ଲା ପାଇଁ ବଜ୍ରପାତ ସତର୍କତା ସୂଚନା ଜାରି ହୋଇଛି।

ଗୁରୁବାର ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ସ୍ଥାନରେ ବର୍ଷା ହେବ। କଳାହାଣ୍ଡି, କନ୍ଧମାଳ, ଗଜପତି, ଗଞ୍ଜାମ, ନବରଙ୍ଗପୁର, ରାୟଗଡ଼ା, ନୟାଗଡ଼, ବୌଦ୍ଧ, ଅନୁଗୁଳ, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, ବାଲେଶ୍ୱର, ଭଦ୍ରକ ଓ ଯାଜପୁରରେ ବଜ୍ରପାତ ଆଶଙ୍କା ରହିଛି। ଶୁକ୍ରବାର ମଧ୍ୟ କେତେକ ଜାଗାରେ ଘଡ଼ଘଡ଼ି ସହ ହାଲୁକା ବର୍ଷା ହୋଇପାରେ।

ଆଞ୍ଚଳିକ ପାଣିପାଗ କେନ୍ଦ୍ର ବୈଜ୍ଞାନିକ ଉମାଶଙ୍କର ଦାସ କହିଛନ୍ତି, ପଶ୍ଚିମା ବାୟୁ ପ୍ରବାହ ଓ ଟ୍ରଫଲାଇନ ଯୋଗୁ ଏଭଳି ବର୍ଷା ସମ୍ଭାବନା ଅଛି। ୨୦ ତାରିଖ ପର୍ଯ୍ୟନ୍ତ ରାଜ୍ୟର ଆଭ୍ୟନ୍ତରୀଣ ଓଡ଼ିଶାରେ ଅଳ୍ପ ଅଳ୍ପ ବର୍ଷା ହୋଇପାରେ। ମାତ୍ର ବଡ଼ ବର୍ଷା ସମ୍ଭାବନା ନାହିଁ। ବିଶେଷକରି ଉପକୂଳ ଓଡ଼ିଶାରେ ବର୍ଷା ସମ୍ଭାବନା କମ୍‌। ଆଗକୁ ଆଉ ଶୀତ ବଢ଼ିବା ସମ୍ଭାବନା ନାହିଁ। କ୍ରମଶଃ ଦିନ ତାପମାତ୍ରା ବଢ଼ିବ।

Comments are closed.