Odisha Link
Bridging the Missing Links in Odisha

ରାଜ୍ୟରେ କରୋନା: ୬୩ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ବର : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୬୪୬୦ରେ ପହଞ୍ଚିଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୯ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୨୪ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୩୬୪୬୦ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୭୩୨ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୩୩୭୦୦ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୮୦୮୧୩୭୫ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

Comments are closed.