Odisha Link
Bridging the Missing Links in Odisha

ପୁଣି ଜଲେଶପଟା ସ୍ୱାମୀଜୀଙ୍କୁ ହତ୍ୟା ଧମକ

ବାଲିଗୁଡ଼ା: ଜଳେଶପଟା ଓ ଚକାପାଦ ଆଶ୍ରମର ମୁଖ୍ୟକୁ ହତ୍ୟା ଧମକ। ୨୪ ଘଣ୍ଟା ମଧ୍ୟରେ ଦ୍ୱିତୀୟ ଥର ପାଇଁ ଅଜଣା ନମ୍ବରରୁ ଆସିଲା ଧମକପୂର୍ଣ୍ଣ ଫୋନକଲ୍। ଆଶ୍ରମକୁ ବୋମା ପକାଇ ଉଡ଼ାଇ ଦେବାକୁ ଫୋନରେ ଧମକ।

ସକାଳ ୯ଟା ସମୟରେ ଅଜଣା ନମ୍ବରରୁ ଆସିଥିଲା ଦ୍ୱିତୀୟ ଫୋନ କଲ। ଗତକାଲି ଆଶ୍ରମ ଦାୟିତ୍ୱରେ ଥିବା ଜୀବନ ମୁକ୍ତାନନ୍ଦ ପୁରୀ ବାବାଙ୍କୁ ଏଭଳି ଧମକପୂର୍ଣ୍ଣ ଫୋନ କଲ ଆସିଥିଲା। ଆସନ୍ତା ୪ ଦିନ ମଧ୍ୟରେ ହତ୍ୟା କରାଯିବ ବୋଲି ଧମକ ଦିଆଯାଇଥିଲା। କୌଣସି ଅଜଣା ଫୋନ କଲରୁ ଏହି ହତ୍ୟା ଧମକ ଆସିବା ପରେ ସଂପୃକ୍ତ ଆଶ୍ରମ ମୁଖ୍ୟ ଥାନାରେ ଏତଲା ଦେଇଛନ୍ତି।

ଏତଲା ପରେ ଆଶ୍ରମରେ ସୁରକ୍ଷାକୁ କଡାକାଡି କରିଛନ୍ତି ତୁମୁଡ଼ିବନ୍ଧ ଆଇଆଇସି। ଘଟଣାସ୍ଥଳରେ ପହଞ୍ଚିଲେ ବୋମା ନିଷ୍କ୍ରିୟକାରୀ ଟିମ୍, ୮ବନ୍ଧୁକ ଧାରୀ ପୋଲିସ ଓ ଜଣେ ଅଫିସର ମୃତୟନ ହୋଇଛନ୍ତି। ପୂର୍ବରୁ ୨୦୦୮ ମସିହା ଅଗଷ୍ଟ ୨୨ ତାରିଖରେ ଆଶ୍ରମରେ ରହୁଥିବା ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀଙ୍କୁ ଏଭଳି ଧମକପୂର୍ଣ୍ଣ ଚିଠି ଆସିଥିଲା। ଏହାର ଗୋଟିଏ ଦିନ ପରେ ଦୁର୍ବୃତ ଆଶ୍ରମ ମଧ୍ୟରେ ପଶି ସରସ୍ୱତୀଙ୍କୁ ହତ୍ୟା କରିଥିଲେ। ଏଭଳି ଘଟଣା ପରେ ବିଜେପିର ଏକ ଟିମ୍ ଆଶ୍ରମ ଗସ୍ତ କରିଛନ୍ତି।

It is important to note that ECs can only be used effectively before ovulation occurs at about the middle of the menstrual cycle. viagra pills An embryo is a fertilised egg.

Leave A Reply

Your email address will not be published.