Odisha Link
Bridging the Missing Links in Odisha

ଦେଶରେ କରୋନା: ୯୧ ଜିଲ୍ଲାରେ ବଢ଼ିଲା ସଂକ୍ରମଣ

ନୂଆଦିଲ୍ଲୀ: ଦେଶରେ ପୁଣିଥରେ କରୋନା ସଂକ୍ରମଣ ଦ୍ରୁତ ଗତିରେ ବଢ଼ିବାରେ ଲାଗିଛି। ଦେଶରେ ୯୧ ଟି ଜିଲ୍ଲାରେ କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି। ମହାରାଷ୍ଟ‌୍ରର ସର୍ବାଧିକ ୩୪ଟି ଜିଲ୍ଲାରେ ସଂକ୍ରମଣ ବଢ଼ିବାରେ ଲାଗିଛି। ଏହା ବ୍ୟତୀତ କର୍ଣ୍ଣାଟକର ୧୬ ଜିଲ୍ଲା, ହରିୟାଣା, ପଞ୍ଜାବ, ଛତିଶଗଡ଼, ଗୁଜୁରାଟ ଓ ବିହାରର ୪ଟି ଲେଖାଏଁ ଜିଲ୍ଲାରେ ସଂକ୍ରମଣ ବ୍ୟାପିବାରେ ଲାଗିଛି। ଏଥିସହିତ ଆଉ କିଛି ରାଜ୍ୟର କିଛି କିଛି ଜିଲ୍ଲାରେ କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି। ଏସବୁ ସ୍ଥାନରେ ବିଗତ କିଛି ଦିନ ହେବ କରୋନା ମାମଲା ବଢ଼ିବାରେ ଲାଗିଛି।

ସୂଚନାଯୋଗ୍ୟ, ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାରେ ୧୪ ହଜାର ୧୯୯ ଜଣ ଆକ୍ରାନ୍ତ ହୋଇଥିବା ବେଳେ ୮୩ ଜଣଙ୍କ ମୃତ୍ୟୁ ଘଟିଛି। ଫଳରେ ଦେଶରେ ମୋଟ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୫୬ ହଜାର ୩୮୫କୁ ବୃଦ୍ଧି ପାଇଛି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି ।

ଦେଶରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୧୦ ଲକ୍ଷ ୫ ହଜାର ୮୫୦କୁ ବୃଦ୍ଧି ପାଇଛି। ତେବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧ ଲକ୍ଷ ୫୦ ହଜାର ୫୫ ରହିଥିବା ବେଳେ ସୁସ୍ଥ ସଂଖ୍ୟା ୧ କୋଟି ୬ ଲକ୍ଷ ୯୯ ହଜାର ୪୧୦ରେ ପହଞ୍ଚିଛି।

Comments are closed.