Odisha Link
Bridging the Missing Links in Odisha

କର୍ଲାପାଟ ପ୍ରାଣୀଧନ ନିରୀକ୍ଷକ ନିଲମ୍ବିତ

କଳାହାଣ୍ଡି: କଳାହାଣ୍ଡି ଜିଲ୍ଲା କର୍ଲାପାଟ ଅଭୟାରଣ୍ୟରେ ହାତୀ ମୃତ୍ୟୁ ଘଟଣାରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। କର୍ଲାପାଟ ପ୍ରାଣୀଧନ ନିରୀକ୍ଷକ ଗଣେଶ ପୂଜାରୀଙ୍କୁ କାର୍ଯ୍ୟରୁ ନିଲମ୍ବିତ କରାଯାଇଛି। ନିଲମ୍ବନ ନେଇ ପଶୁ ସମ୍ପଦ ଓ ପ୍ରାଣୀ ଚିକିତ୍ସା ବିଭାଗ ଅତିରିକ୍ତ ନିର୍ଦ୍ଦେଶକ ସୂଚନା ଦେଇଛନ୍ତି।

କର୍ତ୍ତବ୍ୟରେ ଅବହେଳା ପାଇଁ ତାଙ୍କୁ ନିଲମ୍ବନ କରାଯାଇଥିବା ସ୍ପଷ୍ଟ କରାଯାଇଛି। ସୂଚନାଯୋଗ୍ୟ, ଗତ ୨୦ ଦିନ ମଧ୍ୟରେ କର୍ଲାପାଟ ଅଭୟାରଣ୍ୟରେ ୭ଟି ହାତୀଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି।

Comments are closed.