Odisha Link
Bridging the Missing Links in Odisha

ରାଜ୍ୟରେ ବଢ଼ିବ ତାପମାତ୍ରା

ଭୁବନେଶ୍ୱର: ରାଜ୍ୟରେ ସ୍ୱାଭାବିକ ଠାରୁ ୨-୪ ଡିଗ୍ରୀ ତାପମାତ୍ରା ବଢିବ। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କିଛି ଜିଲ୍ଲାରେ ସ୍ୱାଭାବିକଠାରୁ ୨-୩ ଡିଗ୍ରୀ ତାପମାତ୍ରା କମିଥିବା ବେଳେ ଆଗାମୀ ଦୁଇ ଦିନ ପର୍ଯ୍ୟନ୍ତ ଏଭଳି ପାଗ ରହିବ ବୋଲି ଭୁବନେଶ୍ୱର ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।

ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପାଗ ଶୁଖିଲା ରହିବ। ମେଘମୁକ୍ତ ଆକାଶ ଯୋଗୁ ତାପମାତ୍ର ଧିରେଧିରେ ବଢ଼ିବ। ସୋମବାର ଓ ମଙ୍ଗଳବାର ମୟୂରଭଞ୍ଜ, ସୁନ୍ଦରଗଡ଼, ଅନୁଗୁଳ, ଢେଙ୍କାନାଳ ଏବଂ ମାଲକାନଗିରି ଜିଲ୍ଲାରେ ସାମାନ୍ୟରୁ ମଧ୍ୟମ ଧରଣର କୁହୁଡ଼ି ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ଏଚ୍.ଆର ବିଶ୍ୱାସ ସୂଚନା ଦେଇଛନ୍ତି।

Comments are closed.