Odisha Link
Bridging the Missing Links in Odisha

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ୬ ମୃତ

କତିହାର : ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୬ ଜଣ ମୃତ। ଏହି ଦୁର୍ଘଟଣାଟି ବିହାର କତିହାରରେ ନିକଟରେ ଘଟିଛି । ଦୁର୍ଘଟଣାରେ ୬ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୩ ଜଣ ଲୋକ ଗୁରୁତର ହୋଇଛନ୍ତି । ଗୁରୁତରଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।

ପ୍ରକାଶ ଯେ, ବିହାର କତିହାର କୁରସେଲା ଥାନା ଅଞ୍ଚଳରେ ଜାତୀୟ ରାଜପଥ ୩୧ରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି । ଏକ ଏସୟୁଭି ସହ ଟ୍ରକ୍ ମୁହାଁମୁହିଁ ଧକ୍କା ହୋଇଛି । ଫଳରେ ୬ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୩ ଜଣ ଲୋକ ଗୁରୁତର ହୋଇଛନ୍ତି ।

ପୁଲିସ ଘଟଣାସ୍ଥଳରେ ପହଞ୍ଚି ଗୁରୁତର ଲୋକଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି କରିଛି । ଶବଗୁଡିକ ଜବତ କରି ପୋଷ୍ଟମର୍ଟମ ପାଇଁ ପଠାଇ ପ୍ରାଥମିକ ତଦନ୍ତ ଆରମ୍ଭ କରିଛି ।

Comments are closed.