Odisha Link
Bridging the Missing Links in Odisha

ରାଜ୍ୟରେ କରୋନା: ୬୨ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ବର: ରାଜ୍ୟରେ ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ ପାଉଛି। ଗତ ୨୪ ଘଣ୍ଟା ମଧ୍ୟରେ ୬୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୬୭୬୭ରେ ପହଞ୍ଚିଛି।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୭ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୨୫ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି ।

ଅନୁଗୁଳ ଜିଲ୍ଲାରୁ ଜଣେ, ବାଲେଶ୍ୱର ଜିଲ୍ଲାରୁ ୨ଜଣ, ବରଗଡ଼ ଜିଲ୍ଲାରୁ ୮ଜଣ, ଭଦ୍ରକ ଜିଲ୍ଲାରୁ ଜଣେ, ବଲାଙ୍ଗୀର ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୭ଜଣ, ଗଞ୍ଜାମ ଜିଲ୍ଲାରୁ ଜଣେ, ଯାଜପୁର ଜିଲ୍ଲାରୁ ୩ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୨ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ଜଣେ, କେନ୍ଦୁଝର ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୭ଜଣ, କୋରାପୁଟ ଜିଲ୍ଲାରୁ ୨ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨ଜଣ, ନୂଆପଡ଼ା ଜିଲ୍ଲାରୁ ଜଣେ, ପୁରୀ ଜିଲ୍ଲାରୁ ଜଣେ, ରାୟଗଡ଼ା ଜିଲ୍ଲାରୁ ୨ଜଣ, ସମ୍ବଲପୁର ଜିଲ୍ଲାରୁ ୧୨ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୫ଜଣ, ଷ୍ଟେଟ ପୁଲ୍‌ରୁ ୨ଜଣ ରହିଛନ୍ତି ।

ରାଜ୍ୟରେବର୍ତ୍ତମାନ ସୁଦ୍ଧା ମୋଟ୍ ୩୩୬୭୬୭ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।ଏଥିମଧ୍ୟରୁ ୬୩୪ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୩୪୧୬୬ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏବେ ସୁଦ୍ଧା ରାଜ୍ୟରେ ୮୨୦୭୩୦୨ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

Comments are closed.