Odisha Link
Bridging the Missing Links in Odisha

ରାଜ୍ୟରେ କରୋନା: ୮୯ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ବର : ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ୮୯ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି।ସେମାନଙ୍କ ମଧ୍ୟରୁ ୫୩ ଜଣ କ୍ୱାରେଣ୍ଟିନ୍‌ରୁ ଚିହ୍ନଟ ହୋଇଥିବା ବେଳେ ଲୋକାଲ୍‌ କଣ୍ଟାକ୍ସ ୩୬ ରହିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୬୯୨୪ ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୩୬୯୨୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୬୨୩ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୩୪୩୩୩ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ୧୯୧୫ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୮୨୫୫୦୮୧ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

Comments are closed.