Odisha Link
Bridging the Missing Links in Odisha

କରୋନା: ପ୍ରବାସୀଙ୍କ ପାଇଁ ୭ ଦିନିଆ ଆଇସୋଲେସନ ବାଧ୍ୟତାମୂଳକ

ଭୁବନେଶ୍ବର: ବାହାର ରାଜ୍ୟରୁ ଫେରୁଥିବା ପ୍ରବାସୀଙ୍କୁ ୭ ଦିନ ଘରୋଇ ସଙ୍ଗରୋଧ ବାଧ୍ୟତାମୂଳକ କରାଯାଇଛି। ମହାରାଷ୍ଟ୍ର ସମେତ ୧୧ଟି ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ଚଣ୍ଡିଗଡ଼ରୁ ଫେରୁଥିବା ଯାତ୍ରୀଙ୍କ ପାଇଁ ଏଭଳି କଟକଣା ଲାଗୁ କରିଛନ୍ତି ରାଜ୍ୟ ସରକାର।

ଦେଶରେ କରୋନା ବଢ଼ୁଥିବା ବେଳେ ଏପରି ସତର୍କମୂଳକ ପଦକ୍ଷେପ ନିଆଯାଇଛି। ଏହି ସମୟରେ ବିମାନବନ୍ଦର ଓ ରେଳଷ୍ଟ୍ରେସନରେ ଯାଞ୍ଚ ବ୍ୟବସ୍ଥା କଡାକଡ଼ି କରାଯିବ। ସମସ୍ତ ଯାତ୍ରୀଙ୍କର ଥର୍ମାଲ ସ୍କ୍ରିନିଂ କରାଯିବ। ଯଦି କୌଣସି ଯାତ୍ରୀଙ୍କ ଠାରେ ଲକ୍ଷଣ ରହିଥିବ, ତେବେ ସାଙ୍ଗେ ସାଙ୍ଗେ ରାପିଡ୍ ଆଣ୍ଟିଜେନ୍ ଟେଷ୍ଟ କରାଯିବ।

ପଜିଟିଭ୍ ଥିଲେ ଆରଟିପିସିଆର ଟେଷ୍ଟ ପାଇଁ ନମୂନା ପଠାଯିବ। ଏଥିରେ ପଜିଟିଭ୍ ଆସିଲେ କରୋନା ପ୍ରୋଟୋକଲ ଅନୁଯାୟୀ ଚିକିତ୍ସା କରାଯିବ। ମହାରାଷ୍ଟ୍ର, କେରଳ, ତାମିଲନାଡୁ, ଛତିାଗଡ଼, ମଧ୍ୟପ୍ରଦେଶ, ତେଲେଙ୍ଗାନା, ଦିଲ୍ଲୀ, ଚଣ୍ଡିଗଡ଼, କର୍ଣ୍ଣାଟକ, ଆନ୍ଧ୍ରପ୍ରଦେଶ ପଞ୍ଜାବ ଓ ପଶ୍ଚିମବଙ୍ଗରୁ ଫେରୁଥିବା ଯାତ୍ରୀ ଘରୋଇ ସଙ୍ଗରୋଧରେ ରହିବାକୁ ବାଧ୍ୟ।

ଏ ନେଇ ସବୁ ଜିଲ୍ଲାପାଳ, ବିମାନବନ୍ଦର ଓ ରେଲୱେ କର୍ତୃପକ୍ଷଙ୍କୁ ଚିଠି ଲେଖିଛନ୍ତି ସ୍ୱାସ୍ଥ୍ୟବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ।

Comments are closed.