Odisha Link
Bridging the Missing Links in Odisha

ଭୁବନେଶ୍ବରରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ଲକ୍ଷାଧିକ ଟଙ୍କାର ସମ୍ପତ୍ତି

ଭୁବନେଶ୍ୱର: ରାଜଧାନୀର ନୟାପଲ୍ଲୀ ଅଞ୍ଚଳରେ ଏକ ଘରେ ନିଆଁ ଲାଗି ଲକ୍ଷାଧିକ ଟଙ୍କାର ସମ୍ପତ୍ତି ପୋଡ଼ି ଯାଇଛି। ସର୍ଟ ସର୍କିଟରୁ ନିଆଁ ଲାଗିଥିବା ସନ୍ଦେହ । ତେବେ ଅଗ୍ନିଶମ ବାହିନୀ ଘଟଣା ସ୍ଥଳରେ ପହଁଞ୍ଚି ଆୟତ୍ତ କରୁଛି। ଅଗ୍ନିକାଣ୍ଡରେ ଘରର କାନ୍ଥ ପାଟିଯାଇଥିବା ଦେଖିବାକୁ ମିଳିଛି ।

ପ୍ରକାଶ ଯେ , ଭୁବନେଶ୍ୱରର ନୟାପଲ୍ଲୀ ଏନ୍‌୫, ୧୭୩ ଅଞ୍ଚଳରେ ଥିବା ଏକ ନିଆଁ ଲାଗିଯାଇଥିଲା । ଯାହାଫଳରେ ତୁରନ୍ତ ଅଗ୍ନିଶମ ବାହିନୀକୁ ଖବର ଦିଆଯାଇଥିଲା ।

ଅଗ୍ନିଶମ ବାହିନୀ ଖବର ପାଇ ଘଟଣାସ୍ଥଳରେ ପହଞ୍ଚି ନିଆଁ ଲିଭାଇବାକୁ ଉଦ୍ୟମ କରୁଛନ୍ତି । ତେବେ ବର୍ତ୍ତମାନ ସୁଦ୍ଧା ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଥିବା ବେଳେ ସର୍ଟ ସର୍କିଟରୁ ନିଆଁ ଲାଗିଥିବା ସନ୍ଦେହ କରାଯାଉଛି ।

Comments are closed.