କରୋନା: ରାଜ୍ୟରେ ୮୭ ନୂଆ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର: କିଛି ଦିନ ହେବ ରାଜ୍ୟରେ କରୋନା ସଂକ୍ରମଣ ଆଶାତୀତ ଭାବେ ହ୍ରାସ ପାଇବା ପରେ ଏବେ ତାହା ପୁଣି ଧୀରେ ଧୀରେ ବୃଦ୍ଧି ହେଉଛି। ଗତ ୨୪ ଘଣ୍ଟା ମଧ୍ୟରେ ୮୭ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୭୧୯୧ରେ ପହଞ୍ଚିଛି ।
ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୫୩ ଜଣ କ୍ବାରେଣ୍ଟାଇନ୍ରେ ରହିଥିବା ବେଳେ ୩୪ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି।
ପ୍ରକାଶ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୩୭୧୯୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୭୦୩ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୩୩୪୫୧୯ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏବେ ସୁଦ୍ଧା ରାଜ୍ୟରେ ୮୩୨୧୬୪୧ଟି ସାମ୍ପୁଲ ଟେଷ୍ଟ୍ ହୋଇଛି।