Odisha Link
Bridging the Missing Links in Odisha

କରୋନା କଟକଣା ଭିତରେ ହେବ ଲିଙ୍ଗରାଜ ମହାପ୍ରଭୁଙ୍କ ଜାଗର ଯାତ୍ରା

ଭୁବନେଶ୍ଵର: ମହାରାଷ୍ଟ୍ର ସମେତ ଅନ୍ୟ କେତେକ ରାଜ୍ୟରେ କୋଭିଡ୍‌ ସଂକ୍ରମଣ ବ୍ୟାପିବା ଘଟଣା ସମ୍ନାକୁ ଆସିବା ପରେ ଓଡ଼ିଶା ସରକାର ପୁଣିଥରେ ତତ୍ପର ହୋଇଛନ୍ତି। ରାଜ୍ୟରେ କୋଭିଡ୍‌ ସ୍ଥିତି ନିୟନ୍ତ୍ରଣକୁ ଆସିବା ପରେ ନିୟମ କୋହଳ କରି ଲୋକଙ୍କ ଜୀବନଜୀବିକା ପାଇଁ ବଜାର, ହାଟ ଓ ଶିକ୍ଷାନୁଷ୍ଠାନ ଆଦି ସରକାର ଖୋଲି ଦେଇଥିଲେ। ଏବେ ଆଉଥରେ ସାନି ସଂକ୍ରମଣ ବ୍ୟାପିଲେ ସ୍ଥିତିକୁ ବିଗାଡ଼ି ଦେଇପାରେ।

ପରିସ୍ଥିତିର ଗମ୍ଭୀରତାକୁ ଉପଲବ୍ଧ କରି ଚଳିତବର୍ଷ ଲିଙ୍ଗରାଜ ମହାପ୍ରଭୁଙ୍କର ଜାଗର ଯାତ୍ରା କୋଭିଡ୍‌ ଗାଇଡ୍‌ଲାଇନ୍‌ ଭିତରେ ପାଳନ କରିବାକୁ ସ୍ଥିର କରାଯାଇଛି। ଭୁବନେଶ୍ୱର ମହାନଗର ନିଗମ କମିଶନର ପ୍ରେମ ଚନ୍ଦ୍ର ଚୌଧୁରୀଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି।

ମହାଶିବରାତ୍ରୀରେ ୬୦ ବର୍ଷରୁ ଊର୍ଦ୍ଧ୍ୱ ବୟସ୍କ ବ୍ୟକ୍ତି ଓ ୧୦ ବର୍ଷରୁ କମ୍‌ ବୟସର ପିଲାଙ୍କୁ ମନ୍ଦିର ଭିତରେ ପ୍ରବେଶ ଉପରେ କଟକଣା ରଖାଯାଇଛି। ଯେଉଁ ଭକ୍ତମାନେ ମନ୍ଦିର ଭିତରକୁ ଯିବେ, ସେମାନେ ଗର୍ଭଗୃକୁ ଯାଇପାରିବେ ନାହିଁ। କେବଳ ଆଡ଼କାଠରେ ରହି ମହାଦେବଙ୍କ ଦର୍ଶନ କରିବେ। ସମ୍ପୂର୍ଣ୍ଣ ବ୍ୟାରିକେଡ୍‌ ଭିତରେ ନିୟମ ଅନୁସାରେ ଭକ୍ତ ଦର୍ଶନ କରିବେ। ଶ୍ରଦ୍ଧାଳୁଙ୍କ ପାଇଁ ଛାଇ ଓ ପିଇବା ପାଣିର ବ୍ୟବସ୍ଥା କରାଯିବ।

ମନ୍ଦିର ଭିତରେ ପ୍ରବେଶ ପୂର୍ବରୁ ଶ୍ରଦ୍ଧାଳୁଙ୍କର ସ୍କ୍ରିନିଂ କରାଯିବ। ଯେଉଁମାନଙ୍କଠାରେ କରୋନା ଲକ୍ଷ୍ୟଣ ଦେଖାଯିବା, ଦରକାର ପଡ଼ିଲେ ସେହିଠାରେ ସେମାନଙ୍କର ଆଣ୍ଟିଜେନ୍‌ ଟେଷ୍ଟ କରାଯିବ ବୋଲି ବିଏମ୍‌ସି କମିଶନର କହିଛନ୍ତି।

Comments are closed.