Odisha Link
Bridging the Missing Links in Odisha

୭ରେ ବିଜେପିର କାର୍ଯ୍ୟକାରିଣୀ ବୈଠକ

ଭୁବନେଶ୍ୱର: ରାଜ୍ୟର ସାଂପ୍ରତିକ ରାଜନୈତିକ ଓ ସାମାଜିକ ପ୍ରସଙ୍ଗକୁ ନେଇ ଆଗାମୀ ମାର୍ଚ୍ଚ ୬ ଓ ୭ରେ ବିଜେପିର ଦୁଇ ଦିନିଆ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହେବ। ରାଜ୍ୟ ସଭାପତି ସମୀର ମହାନ୍ତିଙ୍କ ସଭାପତିତ୍ୱରେ ଗୁରୁତ୍ୱପୂର୍ଣ୍ଣ ରାଜ୍ୟ ପଦାଧିକାରୀ ବୈଠକ ଅନୁଷ୍ଠିତ ହେବ। ମାର୍ଚ୍ଚ ୬ ରେ ପଦାଧିକାରୀ ଏବଂ ୭ ରେ କାର୍ଯ୍ୟକାରିଣୀ ବୈଠକ ହେବ।

ଏହି ବୈଠକରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ପ୍ରତାପ ଷଡଙ୍ଗୀଙ୍କ ସମେତ ରାଜ୍ୟ ପ୍ରଭାରୀ ଡି.ପୁରନ୍ଦେଶ୍ୱରୀ ଏବଂ ସହ ପ୍ରଭାରୀ ବିଜୟ ପାଲ ସିଂ ତୋମରଙ୍କ ସମେତ ସମସ୍ତ ସାଂସଦ ଓ ବିଧାୟକ, ରାଜ୍ୟ ପଦାଧିକାରୀ ଏବଂ ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ପ୍ରମୁଖ ଯୋଗ ଦେବେ ବୋଲି ବିଜେପି ରାଜ୍ୟ ସାଧାରଣ ସଂପାଦକ ଗୋଲକ ମହାପାତ୍ର ସୂଚନା ଦେଇଛନ୍ତି।

ଏହି ଦୁଇ ଦିନିଆ କାର୍ଯ୍ୟକାରିଣୀ ବୈଠକରେ ଚାଷୀ ସମସ୍ୟା, ବିପର୍ଯ୍ୟସ୍ତ ଆଇନ ଶୃଙ୍ଖଳା ପରିସ୍ଥିତି, ସୀମା ବିବାଦ, ବିପର୍ଯ୍ୟସ୍ତ ଶିକ୍ଷା ଓ ସ୍ୱାସ୍ଥ୍ୟ ବ୍ୟବସ୍ଥା, କେନ୍ଦ୍ରୀୟ ଯୋଜନା ଘୋଟାଲା, ମହିଳା ସୁରକ୍ଷା, ବେରୋଜଗାର ଆଦି ପ୍ରସଙ୍ଗ ଗୁଡିକ ରାଜ୍ୟ କାର୍ଯ୍ୟକାରିଣୀ ବୈଠକରେ ବିସ୍ତୁତ ଭାବେ ଆଲୋଚନା କରାଯିବା ସହ ଭବିଷ୍ୟତ କାର୍ଯ୍ୟପନ୍ଥା ନିର୍ଦ୍ଧାରଣ କରାଯିବ ବୋଲି ଗୋଲକ ମହାପାତ୍ର କହିଛନ୍ତି।

Comments are closed.