Odisha Link
Bridging the Missing Links in Odisha

କରୋନା: ରାଜ୍ୟରେ ଚିହ୍ନଟ ହେଲେ ୯୭ ସଂକ୍ରମିତ

ଭୁବନେଶ୍ବର: ଦୀଘ ଦିନ ପରେ ପୁଣି ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି। ଗତ ୨୪ ଘଣ୍ଟା ମଧ୍ୟରେ ୯୭ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୭୪୪୮ରେ ପହଞ୍ଚିଛି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୫୮ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୩୯ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୋଳରୁ ୨ଜଣ, ବାଲେଶ୍ୱରରୁ ୫ଜଣ, ବରଗଡ଼ରୁ ୬ ଜଣ, ବଲାଙ୍ଗୀରରୁ ୨ଜଣ, କଟକରୁ ୪ଜଣ, ଦେବଗଡରୁ ଜଣେ, ଜଗତସିଂହପୁରରୁ ଜଣେ, ଯାଜପୁରରୁ ୫ଜଣ, ଝାରସୁଗୁଡ଼ାରୁ ୬ଜଣ, କଳାହାଣ୍ଡିରୁ ୨ଜଣ, କେନ୍ଦୁଝରରୁ ୪ଜଣ, ଖୋର୍ଦ୍ଧାରୁ ୧୪ଜଣ, ମୟୁରଭଞ୍ଜରୁ ୬ଜଣ, ନବରଙ୍ଗପୁରରୁ ୪ଜଣ, ନୟାଗଡରୁ ୨ଜଣ, ପୁରୀରୁ ୬ଜଣ, ସମ୍ବଲପୁରରୁ ୧୩ଜଣ, ସୁନ୍ଦରଗଡ଼ରୁ ୧୧ଜଣ, ଷ୍ଟେଟ ପୁଲ୍‌ରୁ ୩ଜଣ ରହିଛନ୍ତି।

ପ୍ରକାଶ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୩୭୪୪୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୭୭୫ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୩୪୭୦୩ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏବେ ସୁଦ୍ଧା ରାଜ୍ୟରେ ୮୩୮୩୧୯୨ଟି ସାମ୍ପୁଲ ଟେଷ୍ଟ୍ ହୋଇଛି।

Comments are closed.