Odisha Link
Bridging the Missing Links in Odisha

କାଲି ସ୍କୁଲ୍‌ ଓ କଲେଜ ଛୁଟି, ଜାଣନ୍ତୁ କାହିଁକି…

ଭୁବନେଶ୍ବର: ଆସନ୍ତାକାଲି ରାଜ୍ୟର ସମସ୍ତ ବିଶ୍ୱବିଦ୍ୟାଳୟ ଓ କଲେଜ ବନ୍ଦ ରହିବ। ପଞ୍ଚାୟତିରାଜ ଦିବସ ଉପଲକ୍ଷେ ରାଜ୍ୟର ସମସ୍ତ ସରକାରୀ, ବେସରକାରୀ କଲେଜ ଏବଂ ବିଶ୍ୱବିଦ୍ୟାଳୟ ବନ୍ଦ ରହିବ ବୋଲି ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ନୋଟିସ୍ ଜାରି ହୋଇଛି।

ଏନେଇ ଉଚ୍ଚଶିକ୍ଷା ବିଭାଗର ସଚିବ ଶାଶ୍ୱତ ମିଶ୍ର ସମସ୍ତ କଲେଜର ପ୍ରିନ୍ସିପାଲ ଓ ବିଶ୍ୱବିଦ୍ୟାଳୟର କୁଳପତିଙ୍କୁ ଚିଠି ଲେଖି ଜଣାଇଛନ୍ତି। ଚିଠିରେ ଉଲ୍ଲେଖ କରାଯାଇଛି ଯେ, ଆସନ୍ତାକାଲି ରାଜ୍ୟରେ ପଞ୍ଚାୟତିରାଜ ଦିବସ ପାଳନ ହେବାକୁ ଥିବାରୁ ସମସ୍ତ କଲେଜ ଓ ବିଶ୍ୱବିଦ୍ୟାଳୟ ବନ୍ଦ ରହିବ।

Comments are closed.