Odisha Link
Bridging the Missing Links in Odisha

ବିଜୁବାବୁଙ୍କର ଲକ୍ଷ୍ୟ ଥିଲା ଓଡ଼ିଶାକୁ ବିକାଶର ଶୀର୍ଷରେ ପହଞ୍ଚାଇବା : ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଆଜି ପ୍ରବାଦ ପୁରୁଷ ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ୧୦୫ ତମ ଜୟନ୍ତୀ ।ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟ ବିଜୁ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦବୋଧନ ଦେଇ କହିଛନ୍ତି,‘ ଓଡ଼ିଶାକୁ ବିକାଶର ଶୀର୍ଷରେ ପହଞ୍ଚାଇବା ତାଙ୍କର ଲକ୍ଷ୍ୟ ଥିଲା।

ସେବା ଥିଲା ବିଜୁବାବୁଙ୍କ ଆଦର୍ଶ, ଯାହା ବିଜେଡିର ଲକ୍ଷ୍ୟ। ତେଣୁ ଓଡ଼ିଶାବାସୀଙ୍କ ପ୍ରିୟ ଦଳ ଅଛି ଓ ରହିବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଅବସରରେ ଟ୍ୱିଟ କରି ଲେଖିଛନ୍ତି, ଓଡ଼ିଆ ସ୍ଵାଭିମାନର ପ୍ରତୀକ, ମହାନ ଜନନାୟକ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ବାବୁଙ୍କ ଜୟନ୍ତୀରେ ମୋର ବିନମ୍ର ଶ୍ରଦ୍ଧାଞ୍ଜଳି।

ଓଡ଼ିଶାକୁ ଅଗ୍ରଣୀ ରାଜ୍ୟରେ ପରିଣତ କରିବା ସହ ଲୋକଙ୍କ ସେବାରେ ସେ ନିଜ ଜୀବନ ଉତ୍ସର୍ଗ କରିଥିଲେ। ତାଙ୍କ ଓଡ଼ିଆ ସ୍ଵାଭିମାନ ଓ ନୀତିଆଦର୍ଶକୁ ପାଥେୟ କରି ନୂଆ ଓଡ଼ିଶା ଗଠନ ଦିଗରେ ଆମେ ସଙ୍କଳ୍ପବଦ୍ଧ ।

Comments are closed.