Odisha Link
Bridging the Missing Links in Odisha

ରାଜ୍ୟ କ୍ୟାବିନେଟ୍ ବୈଠକରେ ୧୬ ପ୍ରସ୍ତାବକୁ ଗୁରୁତ୍ୱ

ଭୁବନେଶ୍ୱର: ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ଶେଷ ହୋଇଛି। ରାଜ୍ୟ କ୍ୟାବିନେଟ ବୈଠକରେ ମୋଟ ୧୬ଟି ପ୍ରସ୍ତାବରେ କ୍ୟାବିନେଟ ମୋହର ବାଜିଛି । ଶକ୍ତି, କୃଷି, ସାମାଜିକ ସୁରକ୍ଷା, ଅବକାରୀ, ସାଧାରଣ ପ୍ରଶାସନ, ପଞ୍ଚାୟତି ରାଜ ଓ ପାନୀୟ ଜଳ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ଏବଂ ଇସ୍ପାତ ଓ ଖଣି ବିଭାଗର ୧୬ଟି ପ୍ରସ୍ତାବକୁ ରାଜ୍ୟ କ୍ୟାବିନେଟ୍ ଅନୁମୋଦନ କରିଛି। ମିଶନ ଶକ୍ତି ନାମରେ ନୂଆ ବିଭାଗ ସୃଷ୍ଟିକୁ କ୍ୟାବିନେଟ୍ ଅନୁମୋଦନ ଦେଇଛି।

ଏଥିସହ ୧୦ଟି ଗ୍ରାମୀଣ ପାଇପ୍ ପାଣି ଯୋଗାଣ କାର୍ଯ୍ୟକୁ ମଞ୍ଜୁରୀ ମିଳିଛି। ଆଳି, ରାଜକନିକା, ଚିଲିକା, ଟାଙ୍ଗୀ, ବାଣପୁର, ଖୋର୍ଦ୍ଧା. ଜଟଣୀ, ଗନ୍ଦିଆଁ, ଭୁବନ, ଗୋଲମୁଣ୍ଡା, ଯାଜପୁର ଓ ବିଞ୍ଝାରପୁପ ବ୍ଲକରେ ଗ୍ରାମ୍ୟ ପାଇପ୍ ଜଳ ଯୋଗାଣ ସ୍କିମରେ ନିର୍ମାଣ କାର୍ଯଯ କରାଯିବ।

ଗ୍ରାମ୍ୟ ପାଇପ୍ ଜଳ ଯୋଜନାରେ ସମ୍ବଲପୁର ଜିଲ୍ଲାର ୨୬ଟି ପଞ୍ଚାୟତ ଓ ଝାରସୁଗୁଡ଼ା ବ୍ଲକର ୨ଟି ପଞ୍ଚାୟତରେ ନିର୍ମାଣ ହେବ। ବାଲେଶ୍ୱର ଜିଲ୍ଲା ରେମୁଣା ତହସିଲ୍ ଅଧୀନରେ ୨୫ ଏକର ଜମିରେ ଏମ୍ସ ସାଟେଲାଇଟ୍ ସେଣ୍ଟର ନିର୍ମାଣକୁ କ୍ୟାବିନେଟ୍ ଅନୁମୋଦନ ମିଳିଛି ।

Comments are closed.