ରାଜ୍ୟରେ ସଡ଼କ ନିୟମ କଡାକଡି କରିବାକୁ ନିର୍ଦ୍ଦେଶ ଦେଲେ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର

ଭୁବନେଶ୍ୱର : ରାଜ୍ୟରେ ସଡ଼କ ଦୁର୍ଘଟଣାରେ ଅନେକ ଲୋକ ପ୍ରାଣ ହରାଉଛନ୍ତି। ତେବେ ରାଜ୍ୟରେ କଡାକଡି ହେବ ସଡକ ନିରାପତ୍ତା ନିୟମ।
ରାଜ୍ୟରେ ସଡକ ନିରାପତ୍ତା ନିୟମ କଡାକଡି କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର। ଦୁର୍ଘଟଣାଜନିତ ମୃତ୍ୟୁକୁ ଦୃଷ୍ଟିରେ ରଖି ଏଭଳି ପଦକ୍ଷେପ ନିଆଯାଇଛି।
ଏନେଇ ପୋଲିସ ଅଧିକାରୀ ଓ ଆରଟିଓମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟ ଶାସନ ସଚିବ। ବୈଠକରେ ସଡକ ନିରାପତ୍ତା ସ୍ଥିତି ସମୀକ୍ଷା କରିବା ସହ କଡାକଡି ନିୟମ ଲାଗୁ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ସୁରେଶ ମହାପାତ୍ର ।