Odisha Link
Bridging the Missing Links in Odisha

କାଲି ନୂଆପଡ଼ା ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତାକାଲି ନୂଆପଡ଼ା ଜିଲ୍ଲା ଗସ୍ତରେ ଯିବାର କାର୍ଯ୍ୟକ୍ରମ ରହିଛି। ଏଥିପାଇଁ ସମସ୍ତ ପ୍ରସ୍ତୁତି କରାଯାଇଛି। ରାଜ୍ୟ ସରକାର ସମବିକାଶକୁ ଗୁରୁତ୍ୱ ଦେଉଥିବାରୁ ପ୍ରାୟ ୪ ହଜାର କୋଟି ଟଙ୍କାର ପ୍ୟାକେଜ ଘୋଷଣା କରିପାରନ୍ତି ନବୀନ।

ପଛୁଆ ଜିଲ୍ଲାକୁ ଆଗକୁ ଆଣିବା ପାଇଁ ସରକାର ବିଭିନ୍ନ ଯୋଜନା ହାତକୁ ନେଇଛନ୍ତି। ସେହିକ୍ରମରେ ଏକାଧିକ ପ୍ରକଳ୍ପର ଉଦଘାଟନ ସହ ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ। ରାଜ୍ୟ ସରକାରଙ୍କ ବିକାଶ କାମ ପ୍ରତି ପଞ୍ଚାୟତରେ ପହଞ୍ଚାଇବା ପାଇଁ ରାଜ୍ୟ ଶାସନ କଳ ଲାଗିପଡିଥିବାରୁ ଏହାକୁ ନେଇ ପ୍ରଶ୍ନ ଉଠାଇଛନ୍ତି ବିରୋଧୀ।

ସରକାରୀ ଟଙ୍କାରେ ଦଳୀୟ ନେତା ଓ ମନ୍ତ୍ରୀ ମଉଜ କରୁଥିବା କହିବା ପରେ ପ୍ରତିକ୍ରିୟା ରଖିଛି ବିଜେଡି। ଯଦି କେହି ବିକାଶ ପ୍ୟାକେଜକୁ ମଉଜ ବୋଲି କହୁଥାନ୍ତି ଜନତା ତାର ଜବାବ ଦେବେ ବୋଲି କହିଛନ୍ତି ବିଜେଡି ବିଧାୟକ ଶଶିଭୂଷଣ ବେହେରା।

Comments are closed.