Odisha Link
Bridging the Missing Links in Odisha

ଶ୍ରୀମନ୍ଦିର ପାଇଁ ୨୦୨ କୋଟିର ବଜେଟ୍

ପୁରୀ: ଆଜି ଶ୍ରୀମନ୍ଦିର ଅର୍ଥ ବୈଠକ ଶେଷ ହୋଇଯାଇଛି। ବୈଠକରେ ୨୦୨ କୋଟି ଟଙ୍କାର ବଜେଟ ପ୍ରସ୍ତୁତ ହୋଇଛି । ଶ୍ରୀମନ୍ଦିର ପାଇଁ ୨୦୨ କୋଟି ଟଙ୍କାର ବଜେଟ ପ୍ରସ୍ତୁତ କଲା ଶ୍ରୀମନ୍ଦିର ଅର୍ଥ ସବ କମିଟି । ଉକ୍ତ ବଜେଟକୁ ଆଗାମୀ ଦିନରେ ହେବାକୁ ଥିବା ପରିଚାଳନା କମିଟିରେ ଅନୁମୋଦିତ କରାଯିବ ।

ଏନେଇ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ସୂଚନା ଦେଇଛନ୍ତି । ରଥ ପାଇଁ ୧୧ କୋଟି ଟଙ୍କା ବ୍ୟୟ ବରାଦ ହୋଇଥିବା ବେଳେ ସେବାୟତ ଚିକିତ୍ସା ସୁବିଧା ପାଇଁ ୫୦ ଲକ୍ଷ ବ୍ୟୟ ବରାଦ ହୋଇଛି । ସେବାୟତ ସହାୟତା ପାଇଁ ୫ କୋଟି ଟଙ୍କାର ବ୍ୟୟବରାଦ ହୋଇଛି ।

ଗୁରୁକୁଳ ସ୍କୁଲ ପ୍ରତିଷ୍ଠା ପାଇଁ ସ୍ୱତନ୍ତ୍ର ବ୍ୟୟବରାଦ ହୋଇଛି । ତେବେ ୨ଟି ଧର୍ମଶାଳା କାମ ପ୍ରାୟ ଶେଷ ହୋଇଥିବା ବେଳେ ଆଉ ଗୋଟିଏ ନୂଆ ଭକ୍ତ ନିବାସ ପ୍ରତିଷ୍ଠା କରାଯିବ । ୨୦୨୩ର ରଥଯାତ୍ରା ପୂର୍ବରୁ ସ୍ଥାୟୀ ଜମା ୧ ହଜାର କୋଟି କରିବା ପାଇଁ ଉଦ୍ୟମ କରାଯିବ।

ବଡଦାଣ୍ଡ ଓ ଶ୍ରୀମନ୍ଦିର ଭିତରେ ସୁରକ୍ଷା ପାଇଁ କଡା ପଦକ୍ଷେପ ନିଆଯିବ। ଏନଏସଜିକୁ ସୁରକ୍ଷା ବ୍ୟବସ୍ଥା ନେଇ ମନ୍ଦିର ପ୍ରଶାସନ ପକ୍ଷରୁ ତିନିଟି ପ୍ରସ୍ତାବ ଉପରେ ଅବଗତ କରାଯିବ । ଅର୍ଥ ସବ କମିଟି ବୈଠକ ପରେ ଏହି ସୂଚନା ଦେଇଛନ୍ତି ଶ୍ରୀମନ୍ଦିର ମୂଖ୍ୟ ପ୍ରଶାସକ କ୍ରିଷନ କୁମାର ।

Comments are closed.