Odisha Link
Bridging the Missing Links in Odisha

ଆଜି ନୂଆପଡା ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

କଳାହାଣ୍ଡି : ଆଜି ନୂଆପଡା ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୁଖ୍ୟମନ୍ତ୍ରୀ ପ୍ରଥମେ ଗୋତମା ଏୟାର ଷ୍ଟ୍ରିପ୍ ରେ ସ୍ବତନ୍ତ୍ର ବିମାନରେ ପହଞ୍ଚିବ। ସେଠାରେ ୪ ହଜାର କୋଟି ଟଙ୍କା ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କରିବାର କାର୍ଯ୍ୟକ୍ରମ ରହିଛି ।

ତାପରେ ମୁଖ୍ୟମନ୍ତ୍ରୀ ଖଡ଼ିଆଳ ସହରରେ ପହଞ୍ଚି ସେଠାରେ ପିଇବା ପାଣି, ବିଭିନ୍ନ ରାସ୍ତାର ଉନ୍ନତିକରଣ, ଜଳ ଯୋଗାଣ ପାଇଁ ମେଗା ପ୍ରକଳ୍ପ, ଛତିଶଗଡ଼ କଲୁକୁ ସଂଯୋଗ କରୁଥିବା ବିଜୁ ସେତୁ ଯୋଜନାର ଭିଡିଓ କନଫରେନ୍ସିଂ ମାଧ୍ୟମରେ ଶିଳାନ୍ୟାସ ଓ ଉଦଘାଟନ କରିବେ । ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ଦୃଷ୍ଟିରେ ରଖି କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି ।

Comments are closed.