Odisha Link
Bridging the Missing Links in Odisha

କାଲି ଜାଗର, ଟ୍ରାଫିକ୍‌ କଟକଣା ଜାରି କଲା କମିନଶନରେଟ୍‌ ପୁଲିସ୍

ଭୁବନେଶ୍ବର: ରାତି ପାହିଲେ ପାଳିତ ହେବ ମହାଶିବରାତ୍ରୀ। ଏହାକୁ ନଜରର ରଖି ଜାଗର ପାଇଁ କଟକଣା ଲଗାଇଛନ୍ତି ରାଜ୍ୟ ସରକାର। ମନ୍ଦିର ଓ ବାହରେ ଭକ୍ତଙ୍କ ଗହଳିକୁ ବାରଣ କରାଯିବା ସହ ମେଳା ସବୁକୁ ମନା କରାଯାଇଛି। କଟକଣାକୁ ଅବମାନନା କଲେ କଡ଼ା କାର୍ଯ୍ୟାନୁଷ୍ଠାନ ନେବା ପାଇଁ ସମସ୍ତ ଜିଲ୍ଲାପାଳ ଓ ମ୍ୟୁନିସିପାଲ କମିଶନରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ସରକାର।

ମହାପ୍ରଭୁ ଲିଙ୍ଗରାଜଙ୍କ ମହାଶିବରାତ୍ରି ପାଇଁ ପ୍ରସ୍ତୁତି ଆରମ୍ଭ କରିଦେଇଛି ପ୍ରଶାସନ। ଏନେଇ ଟ୍ରାଫିକ୍‌ କଟକଣା ଜାରି କରିଛି କମିଶନରେଟ୍‌ ପୁଲିସ। ମାଉସୀ ମା’ ପାର୍ଶ୍ୱରୁ ରଥରୋଡ଼କୁ ୪ ଚକିଆ ଯାନ ଛଡ଼ାଯିବ ନାହିଁ। ରବି ଟକିଜ ପଟରୁ ଆସୁଥିବା ସମସ୍ତ ଗାଡ଼ି କଚରାପିଣ୍ଡି ପର୍ଯ୍ୟନ୍ତ ଯିବେ। ଗ୍ୟାରେଜ ଛକ ଓ ସାମନ୍ତରାପୁର ପଟୁ ଗାଡ଼ି ବିଏମସି ମାର୍କେଟ ପାର୍କିଂକୁ ଯିବ। ସେହିପରି କେଉଟସାହି ପଟର ଗାଡ଼ି ବିଏମସି ମାର୍କେଟ କମ୍ପଲେକ୍ସ ପାର୍କିଂ ସ୍ଥଳ ଯିବେ ।

ସେହିପରି ଦକ୍ଷିଣକାଳୀ ଓ ତାରାସୁନ୍ଦରୀ ରାସ୍ତାପଟ ଗାଡ଼ି ବିଏମ ହାଇସ୍କୁଲ ପଡ଼ିଆକୁ ଯିବେ । ପୁନାମା ଗେଟ ପଟର ଗାଡ଼ିକୁ ବଢ଼େଇବାଙ୍କ ଆଡକୁ ଛଡ଼ା ଯିବନି । ବିନ୍ଦୁସାଗର ପଟୁ ଭଜନ ମଣ୍ଡପ ଆଡ଼କୁ କୌଣସି ଗାଡ଼ି ଛଡ଼ାଯିବ ନାହିଁ । ମହାଶିବରାତ୍ରି ପାଇଁ ଏଭଳି ବିଭିନ୍ନ ଟ୍ରାଫିକ୍ କଟକଣା ଜାରି କରାଯାଇଛି ।

Comments are closed.