ଆଜିଠୁ ବିଧାନସଭାରେ ୨ୟ ପର୍ଯ୍ୟାୟ ବଜେଟ୍ ଅଧିବେଶନ

ଭୁବନେଶ୍ୱର: ଆଜିଠୁ ବିଧାନସଭାର ଦ୍ବିତୀୟ ପର୍ଯ୍ୟାୟ ବଜେଟ୍ ଅଧିବେଶନ। ଏହି ପର୍ଯ୍ୟାୟରେ ବିଭିନ୍ନ ବିଭାଗର ଖର୍ଚ୍ଚଦାବି ଉପରେ ଆଲୋଚନା ହେବା ସହ ବ୍ୟୟ ମଞ୍ଜୁରୀ ବିଲ ଗୃହୀତ ହେବ।
ତେବେ ଜଙ୍ଗଲ ନିଆଁ, ଧାନ ମଣ୍ଡି ସମସ୍ୟା, ଆଇନଶୃଙ୍ଖଳା ପରିସ୍ଥିତି ଆଦି ପ୍ରସଙ୍ଗକୁ ନେଇ ଶାସକ ଦଳକୁ ଘେରି ପାରନ୍ତି ବିରୋଧୀ। ଏଥିପାଇଁ ବିରୋଧୀ ରଣନୀତି ପ୍ରସ୍ତୁତ କରିଛନ୍ତି। କଂଗ୍ରେସ ମଧ୍ୟ ସମାନ ପ୍ରସଙ୍ଗ ସହ ଦରବୃଦ୍ଧି, ପେଟ୍ରୋଲ ଓ ଡିଜେଲ ଦର ବୃଦ୍ଧି, କୋଟିଆ ଓ ବେକାରୀ ସମସ୍ୟାକୁ ମୁଖ୍ୟ ପ୍ରସଙ୍ଗ କରିବ। ବିରୋଧୀଙ୍କ ସବୁ ଅଭିଯୋଗର ଉତ୍ତର ଦେବା ପାଇଁ ଶାସକ ଦଳ ପ୍ରସ୍ତୁତ ରହିଛି।
ଅନ୍ୟପଟେ ଅଧିବେଶନ ପୂର୍ବରୁ ସବୁ ବିଧାୟକଙ୍କର ଆଣ୍ଟିଜେନ ଟେଷ୍ଟ କରାଯାଇଛି। ଯେଉଁମାନଙ୍କ ରିପୋର୍ଟ ନେଗେଟିଭ୍ ଆସିଛି, ସେମାନଙ୍କୁ ଗୃହରେ ପ୍ରବେଶ ପାଇଁ ଅନୁମତି ଦିଆଯିବ।