Odisha Link
Bridging the Missing Links in Odisha

ବିଧାନସଭା: ୧୧.୩୦ ଯାଏଁ ଗୃହ ମୁଲତବୀ

ଭୁବନେଶ୍ୱର: ଆଜିଠୁ ଆରମ୍ଭ ହୋଇଛି ବିଧାନସଭାର ଦ୍ୱିତୀୟ ପର୍ଯ୍ୟାୟ ବଜେଟ ଅଧିବେଶନ। ଅଧିବେଶନ ଆରମ୍ଭରୁ ଗୃହରେ ହଟ୍ଟଗୋଳ ହୋଇଛି। ଫଳରେ ଗୃହକୁ ମୁଲତବୀ କରାଯାଇଛି।

ମଣ୍ଡିରୁ ଧାନ ଉଠିବା ପ୍ରସଙ୍ଗକୁ ନେଇ ବିଜେପି ଓ କଂଗ୍ରେସ ସଦସ୍ୟମାନେ ହଟ୍ଟଗୋଳ କରିଥିଲେ। ବିରୋଧୀ ଦଳର ସଦସ୍ୟମାନେ ବାଚସ୍ପତିଙ୍କ ପୋଡ଼ିୟମ ନିକଟକୁ ଆସି ହୋହାଲ୍ଲା କରିଥିଲେ। ଫଳରେ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ଗୃହକୁ ଦିନ ୧୧.୩୦ ପର୍ଯ୍ୟନ୍ତ ମୁଲତବୀ ଘୋଷଣା କରିଛନ୍ତି ।

ସୂଚନାଯୋଗ୍ୟ, ବିଧାନସଭାର ଦ୍ୱିତୀୟ ପର୍ଯ୍ୟାୟ ବଜେଟ ଅଧିବେଶନ ଏପ୍ରିଲ ୯ ପର୍ଯ୍ୟନ୍ତ ଚାଲି। ଏହି ଅଧିବେଶନରେ ମୋଟ ୨୨ଟି କାର୍ଯ୍ୟ ଦିବସ ରହିଛି। ଅଧିବେଶନ ପୂର୍ବରୁ ସବୁ ବିଧାୟକଙ୍କର ଆଣ୍ଟିଜେନ ଟେଷ୍ଟ କରାଯାଇଛି। ଯେଉଁମାନଙ୍କ ରିପୋର୍ଟ ନେଗେଟିଭ୍ ଆସିଛି, ସେମାନଙ୍କୁ ଗୃହରେ ପ୍ରବେଶ ପାଇଁ ଅନୁମତି ମିଳିଛି।

Comments are closed.