Odisha Link
Bridging the Missing Links in Odisha

କାଳବୈଶାଖୀ ଆଶଙ୍କା, ୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ବର: ଆସନ୍ତା ଦୁଇଦିନ ଉଭୟ ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାର କେତେକ ସ୍ଥାନରେ କାଳବୈଶାଖୀ ଆଶଙ୍କା ରହିଛି। ରାଜ୍ୟରେ କାଳବୈଶାଖୀ ପ୍ରଭାବରେ ବଜ୍ରପାତ ସହିତ ବର୍ଷା ହେବ। ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ପୂର୍ବାନୁମାନ ଅନୁଯାୟୀ ଝାରସୁଗୁଡା, ସୁନ୍ଦରଗଡ, ଅନୁଗୋଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର ଏବଂ ଭଦ୍ରକ ଜିଲାରେ ବିଜୁଳି ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି। ଉପରୋକ୍ତ ଜିଲାଗୁଡିକୁ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଏଥିସହ ୧୩ ତାରିଖରେ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଝାରସୁଗୁଡ଼ା, ବାଲେଶ୍ୱର, ଭଦ୍ରକ, ଯାଜପୁର, ଗଜପତି, ଗଞ୍ଜାମରେ ହାଲୁକାରୁ ମଧ୍ୟମ ବର୍ଷା ହେବ। ବଜ୍ରପାତ ଆଶଙ୍କା ବି ରହିଛି।

କୃଷି ପାଣିପାଗ ବିଶାରଦ ଡକ୍ଟର ସୁରେନ୍ଦ୍ରନାଥ ପଶୁପାଳକ କହିଛନ୍ତି, ଏଇ ସପ୍ତାହରେ ଓଡ଼ିଶା ସମେତ ଉତ୍ତର ଭାରତରେ ତାପମାତ୍ରା କମିଛି। ୱେଷ୍ଟର୍ଣ୍ଣ ଡିଷ୍ଟରବାନ୍ସ ଯୋଗୁ ଆସନ୍ତା ୧୫ରୁ ପୁଣି ତାପମାତ୍ରା ବଢ଼ିବା ସମ୍ଭାବନା ଅଛି। ଅନୁମାନ କରାଯାଉଛି, ଭୁବନେଶ୍ୱରରେ ସର୍ବାଧିକ ତାପମାତ୍ରା ୧୪ ତାରିଖ ପର୍ଯ୍ୟନ୍ତ ବଢ଼ିବ ନାହିଁ। ପଶ୍ଚିମ ଓଡ଼ିଶାରେ ତାପମାତ୍ରା ସାମାନ୍ୟ ବଢ଼ିବ। ତେବେ ୧୫ ତାରିଖରୁ ରାଜ୍ୟର ଉପକୂଳ ଓ ଆଭ୍ୟନ୍ତରୀଣ ଅଞ୍ଚଳରେ ଉଭୟ ସର୍ବାଧିକ ଓ ସର୍ବନିମ୍ନ ତାପମାତ୍ରା ବଢ଼ିବ।

Comments are closed.