ଆଉ ଖୋଲିବନି ସ୍କୁଲ୍, ପ୍ରଥମରୁ ଅଷ୍ଟମ ସବୁ ଛାତ୍ରଛାତ୍ରୀ ପାସ୍: ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର: ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ସବୁ ଛାତ୍ରଛାତ୍ରୀ ପାସ୍। ଏନେଇ ଆଜି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ ସୂଚନା ଦେଇଛନ୍ତି। ଏଥିସହ ପ୍ରଥମରୁ ଅଷ୍ଟମ ଯାଏ ଆଉ ସ୍କୁଲ ଖୋଲିବନି କି କ୍ଲାସ ବି ହେବନି ବୋଲି ମନ୍ତ୍ରୀ କହିଛନ୍ତି। ଗତବର୍ଷ ଭଳି ବିନା ପରୀକ୍ଷାରେ କ୍ଲାସ ପ୍ରମୋସନ କରାଯିବ।
ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ କହିଛନ୍ତି ଯେ, ବର୍ତ୍ତମାନ ସ୍ଥିତି ଏବେ ଯାହା ଆଉ ସ୍କୁଲ ଖୋଲିବା ସମ୍ଭବ ନୁହେଁ। ବିଧିବଦ୍ଧ ନିଷ୍ପତ୍ତି ହୋଇନଥିଲେ ବି ଆପାତତଃ ଏହା ହିଁ ସ୍ଥିର ହୋଇଛି। କ୍ଲାସ୍ ଚାଲିଥିବାରୁ ନବମ ଶ୍ରେଣୀ ପିଲାଙ୍କ ପରୀକ୍ଷା ଅଫ ଲାଇନରେ କରାଯିବ। ଏଥିସହ ନୂଆ ଶିକ୍ଷା ବର୍ଷ ଏପ୍ରିଲରୁ ଆରମ୍ଭ ହୋଇନପାରେ ବୋଲି ମନ୍ତ୍ରୀ ସୂଚନା ଦେଇଛନ୍ତି।