Odisha Link
Bridging the Missing Links in Odisha

କାଳବୈଶାଖୀ ସହ ବଜ୍ରପାତ ଆଶଙ୍କା, ୧୧ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ

ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଆଶଙ୍କା ରହିଛି। ଉତ୍ତର ଉପକୂଳ ଓଡ଼ିଶା, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, ଖୋର୍ଦ୍ଧା, ନୟାଗଡ଼, ପୁରୀ ଏବଂ ଗଞ୍ଜାମ ଜିଲ୍ଲାର ଗୋଟିଏ କି ଦୁଇଟି ସ୍ଥାନରେ ବର୍ଷା ହେଇପାରେ।

ସେହିପରି ୧୧ଟି ଜିଲ୍ଲାରେ କାଳବୈଶାଖୀ ସହ ବଜ୍ରପାତ ସମ୍ଭାବନା ରହିଛି। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ଜିଲ୍ଲାଗୁଡ଼ିକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି।

ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଂଜ, ଅନୁଗୁଳ ଏବଂ ଢେଙ୍କାନାଳ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବଜ୍ରପାତ ସହ କାଳବୈଶାଖୀ ବର୍ଷା ସମ୍ଭାବନା ଥିବାରୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। ତେବେ ସ୍ଥିତି ଉପରେ ନଜର ରଖିବାକୁ ସଂପୃକ୍ତ ଜିଲ୍ଲାର ଜିଲ୍ଲାପାଳମାନଙ୍କୁ ଚିଠି ଲେଖି ଜଣାଇଛନ୍ତି ସ୍ୱତନ୍ତ୍ର ରିଲିଫ କମିଶନର।

Comments are closed.