Odisha Link
Bridging the Missing Links in Odisha

ଶିକ୍ଷାବର୍ଷ ଆରମ୍ଭରୁ ହେବ ରିଭିଜନ୍ କ୍ଲାସ୍

ଭୁବନେଶ୍ୱର: ପ୍ରଥମରୁ ଅଷ୍ଟମ ଶ୍ରେଣୀର ସମସ୍ତ ଛାତ୍ରଛାତ୍ରୀ ବିନା ପରୀକ୍ଷାରେ ପାସ୍‌ ନେଇ ରାଜ୍ୟ ସରକାର ଘୋଷଣା କରିଥିଲେ। ବର୍ତ୍ତମାନ ସରକାରଙ୍କ ପକ୍ଷରୁ ଆଉ ଏକ ଘୋଷଣାନାମା ଆସିଛି। ବର୍ତ୍ତମାନ ଛାତ୍ରଛାତ୍ରୀଙ୍କ ରିଭିଜନ୍ କ୍ଲାସ ହେବ।

ଶିକ୍ଷାବର୍ଷ ଆରମ୍ଭରୁ ଛାତ୍ରଛାତ୍ରୀଙ୍କ ରିଭିଜନ୍ କ୍ଲାସ୍ ଆରମ୍ଭ ହେବ। ତେବେ ପ୍ରଥମ ୨/୩ ମାସରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ପାଇଁ ଏହା ଲାଗୁ ହେବ। ଛାତ୍ରଛାତ୍ରୀଙ୍କ ଦକ୍ଷତା ବୃଦ୍ଧି କରିବା ପାଇଁ ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି।

ସୂଚନାଯୋଗ୍ୟ, ପୂର୍ବରୁ ପ୍ରଥମରୁ ଅଷ୍ଟମ ଶ୍ରେଣୀ ଯାଏଁ ସମସ୍ତ ଛାତ୍ରଛାତ୍ରୀ ବିନା ପରୀକ୍ଷାରେ ପାସ୍ ହେବେ ବୋଲି କୁହାଯାଇଥିଲା। ଆସନ୍ତା ଏପ୍ରିଲ ମାସରେ ଶିକ୍ଷାବର୍ଷ ଆରମ୍ଭ ନହୋଇ ଆସନ୍ତା ଜୁନ ମାସରୁ ଶିକ୍ଷାବର୍ଷ ଆରମ୍ଭ ହେବାର ସମ୍ଭାବନା ରହିଛି। ବର୍ତ୍ତମାନର ସ୍ଥିତି ଯାହା, ସ୍କୁଲ ଖୋଲିବା ଏକପ୍ରକାର ଅସମ୍ଭବ। ତେଣୁ ଚଳିତ ବର୍ଷ କ୍ଲାସ ହୋଇନଥିବାରୁ ଏପରି ନିଷ୍ପତ୍ତି ନିଆଯାଇଥିବା ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଥିଲେ।

Comments are closed.