Odisha Link
Bridging the Missing Links in Odisha

ଏପ୍ରିଲ ୨ରେ ଓଡ଼ିଶା ଆସିବେ ଉପରାଷ୍ଟ୍ରପତି

ଭୁବନେଶ୍ୱର: ଓଡ଼ିଶା ଆସିବେ ଉପରାଷ୍ଟ୍ରପତି ଭେଙ୍କେୟା ନାୟିଡୁ। ଉତ୍କଳ ବିଶ୍ବବିଦ୍ୟାଳୟ ସମାବର୍ତ୍ତନ ଉତ୍ସବରେ ଯୋଗଦେବାକୁ ଏପ୍ରିଲ ୨ରେ ଓଡ଼ିଶା ଆସିବେ ଭେଙ୍କେୟା ନାଇଡୁ। ଏନେଇ ଉପରାଷ୍ଟ୍ରପତିଙ୍କ କାର୍ଯ୍ୟାଳୟ ପକ୍ଷରୁ ସବୁଜ ସଙ୍କେତ ମିଳିଛି।

ଉପରାଷ୍ଟ୍ରପତିଙ୍କ ଓଡ଼ିଶା ଗସ୍ତକୁ ସଫଳ କରିବା ପାଇଁ ଉତ୍କଳ ବିଶ୍ବବିଦ୍ୟାଳୟ ପକ୍ଷରୁ ଜୋରଦାର ପ୍ରସ୍ତୁତି ଚାଲିଛି। ଏଥିସହ ଏହି ସମାବର୍ତ୍ତନ ଉତ୍ସବରେ ବିଶ୍ବବିଦ୍ୟାଳୟର କୁଳାଧିପତି ତଥା ରାଜ୍ୟପାଳ ପ୍ରଫେସର ଗଣେସୀ ଲାଲ୍ ମଧ୍ୟ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ସମାବର୍ତ୍ତନ ଉତ୍ସବରେ ପ୍ରାୟ ୧୮୦ ଜଣ ପିଏଚ୍ ଡି ଏବଂ ଡିଲିଇଟି ଭଳି ବିଭିନ୍ନ ଉପାଧି ପ୍ରଦାନ କରାଯିବ।

Comments are closed.