Odisha Link
Bridging the Missing Links in Odisha

ପୁଣି ଥରେ ୪ଟା ଯାଏଁ ଗୃହ ମୁଲତବି

ଭୁବନେଶ୍ଵର : ପୁଣି ଥରେ ୪ଟା ଯାଏଁ ଗୃହ ମୁଲତବି ରଖିଲେ ବାଚସ୍ପତି। ଷଷ୍ଠ ଦିନରେ ମଧ୍ୟ ବିଧାନସଭା ଅଚଳ।ବାଚସ୍ପତି ସୂର୍ୟ୍ୟନାରାୟଣ ପାତ୍ର ପ୍ରଥମେ ଦିନ ୧୨ଟା ଯାଏଁ ଗୃହକୁ ମୁଲତବୀ ଘୋଷଣା କରିଥିଲେ।

ଆଉ ପୁଣି ଦିନ ୧୨ଟାରେ ଗୃହ ଆରମ୍ଭ ହେବା ମାତ୍ରେ ବିରୋଧୀ ହଟ୍ଟଗୋଳ କରିବାରୁ ବାଚସ୍ପତି ଅପରାହ୍ନ ୪ଟା ଯାଏଁ ଗୃହକୁ ମୁଲତବୀ ଘୋଷଣା କରିଛନ୍ତି । ପ୍ରକାଶ ଯେ, ଧାନ କିଣା ପ୍ରସଙ୍ଗରେ ଆଲୋଚନା ହେଉ। ମଣ୍ଡିରୁ ଚାଷୀଙ୍କର ଧାନ ଉଠାଇବାକୁ ସରକାର ପ୍ରତିଶ୍ରୁତି ଦିଅନ୍ତୁ। ତା’ ପରେ ବିଧାନସଭା ଚାଲିବ। ବିଧାନସଭାରେ ଆତ୍ମହତ୍ୟା ଉଦ୍ୟମ କରିଥିବା ବିଧାୟକ ସୁବାସ ପାଣିଗ୍ରାହୀ କ୍ଷମା ମାଗନ୍ତୁ।

ନଚେତ୍ ‌ବିଧାନସଭା ଚଳାଇ ଦିଆଯିବ ନାହିଁ। ଏମିତି ଜିଦରେ ଅଡ଼ି ବସିଛନ୍ତି ବିରୋଧୀ ଓ ଶାସକ। ମଣ୍ଡି ଅବ୍ୟବସ୍ଥା, ଧାନ କିଣା ଏବଂ ଭାଜପା ବିଧାୟକଙ୍କ ଆତ୍ମହତ୍ୟା ଉଦ୍ୟମକୁ ନେଇ ବିରୋଧୀ ଓ ଶାସକ ମୁହାଁମୁହିଁ ଅବସ୍ଥାରେ ରହିଛନ୍ତି। ​ଏନେଇ ଗୃହ କାର୍ୟ୍ୟ ସ୍ୱାଭାବିକ ହୋଇପାରିନଥିଲା । ଯାହା ଫଳରେ ବାଚସ୍ପତି ସୂର୍ୟ୍ୟନାରାୟଣ ପାତ୍ର ଗୃହକୁ ଅପରାହ୍ନ ୪ଟା ପର୍ୟ୍ୟନ୍ତ ମୁଲତବୀ ଘୋଷଣା କରିଛନ୍ତି ।

Comments are closed.