Odisha Link
Bridging the Missing Links in Odisha

ବଜ୍ରପାତ ଆଶଙ୍କା, ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର: ଆସନ୍ତା କାଲିଠୁ ୨ ଦିନ ଯାଏଁ ରାଜ୍ୟରେ ବର୍ଷା ସହ ବଜ୍ରପାତ ହେବାର ଆଶଙ୍କା ରହିଛି। କାଲି ପାଇଁ ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛନ୍ତି ପାଣିପାଗ ବିଭାଗ। ସୁନ୍ଦରଗଡ, କେନ୍ଦୁଝର, ଦେବଗଡ, ଝାରସୁଗୁଡା, ଅନୁଗୁଳ, ସମ୍ବଲପୁର, ବୌଦ୍ଧ ଓ ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳ ବର୍ଷା ସାଙ୍ଗକୁ ବଜ୍ରପାତ ସମ୍ଭାବନା ରହିଛି।

ସେହିପରି ୨୦ ତାରିଖ ପାଇଁ ରାଜ୍ୟର ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ସେହି ୬ଟି ଜିଲ୍ଲାଗୁଡିକ ହେଉଛି- କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର ଓ କେନ୍ଦ୍ରାପଡା। ଏହି ସ୍ଥାନରେ ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି।

Comments are closed.