ଲୋକସଭା ବାଚସ୍ପତି ଓମ ବିର୍ଲାଙ୍କୁ କରୋନା

ନୂଆଦିଲ୍ଲୀ: ପୁଣି ମହମାରୀ କରୋନା ଏହାର କାୟା ବିସ୍ତାର କରିବାରେ ଲାଗିଲାଣି। ଦେଶରେ କରୋନା ପଜିଟିଭ୍ ସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି। ଏହାରି ମଧ୍ୟରେ ଲୋକସଭା ବାଚସ୍ପତି ଓମ ବିର୍ଲା କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।
ଗତ ୧୯ ତାରିଖରେ ସେ ଆକ୍ରାନ୍ତ ଚିହ୍ନଟ ପରେ ଗତକାଲି ତାଙ୍କୁ ଦିଲ୍ଲୀ ଏମସରେ ଭର୍ତ୍ତି କରାଯାଇଛି। ଏମସ କୋଭିଡ ସେଣ୍ଟରରେ ତାଙ୍କୁ ଭର୍ତ୍ତି କରାଯାଇଥିବାବେଳେ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ସ୍ଥିର ଥିବା ସୂଚନା ମିଳିଛି।