Odisha Link
Bridging the Missing Links in Odisha

କାଳବୈଶାଖୀ ଆଶଙ୍କା, ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର: ରାଜ୍ୟର କିଛି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ କାଳବୈଶାଖୀ ହେବାର ସମ୍ଭାବନା ରହିଛି। କାଳବୈଶାଖୀ ନେଇ ରାଜ୍ୟର ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ବରଗଡ଼, ନୂଆପଡ଼ା, ସୁନ୍ଦରପଦା, କେନ୍ଦୁଝର, ମୟୂରଭଞ୍ଜ ଓ ଯାଜପୁର ଜିଲ୍ଲାରେ ଅପରାହ୍ନରେ ବେଳକୁ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଥିବାରୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ରାଜ୍ୟର ପ୍ରାୟ କିଛି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ କାଳବୈଶାଖୀ ଜନିତ ବର୍ଷା ବି ରେକର୍ଡ ହୋଇଛି। ସୁନ୍ଦରଗଡ଼, ଦେବଗଡ଼, ଝାରସୁଗୁଡ଼ା, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର ଓ ଅନୁଗୁଳ ଆଦି ଜିଲ୍ଲାରେ କେତେକ ସ୍ଥାନରେ ବର୍ଷା ହୋଇଛି। ଏଥିସହ ରାଜ୍ୟରେ ତାପମାତ୍ରାରେ ବିଶେଷ ବୃଦ୍ଧି ପରିଲକ୍ଷିତ ହୋଇନାହିଁ।

Comments are closed.