Odisha Link
Bridging the Missing Links in Odisha

ଅପରାହ୍ନ ୪ଟା ଯାଏଁ ଗୃହ ମୁଲତବୀ

ଭୁବନେଶ୍ୱର: ମାହାଙ୍ଗା ଡବଲ ମର୍ଡର ଘଟଣାକୁ ନେଇ ବିଧାନସଭାରେ ପ୍ରଶ୍ନକାଳ ଆରମ୍ଭରୁ ହଟ୍ଟଗୋଳ। ବିଧାନସଭାରେ ହଟ୍ଟଗୋଳ ଯୋଗୁଁ ଅପରାହ୍ନ ୪ଟା ଯାଏଁ ଗୃହ ମୁଲତବୀ ଘୋଷଣା କରାଯାଇଛି। ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ଗୃହକୁ ମୁଲତବୀ କରିଛନ୍ତି।

ବିଧାନସଭାରେ ପ୍ରଶ୍ନକାଳ ଆରମ୍ଭରୁ ହଟ୍ଟଗୋଳ ଯୋଗୁଁ ଗୃହକୁ ସାଢେ ୧୧ଟା ଯାଏଁ ଗୃହକୁ ମୁଲତବି ଘୋଷଣା କରିଥିଲେ ବାଚସ୍ପତି। ପରେ ଅପରାହ୍ନ ୪ଟା ଯାଏଁ ଗୃହ ମୁଲତବୀ ଘୋଷଣା କରାଯାଇଛି। ୧୧.୩୦ପରେ ଗୃହ କାର୍ଯ୍ୟ ଆରମ୍ଭ ହେବା ମାତ୍ରେ ପୁଣି ଉକ୍ତ ପ୍ରସଙ୍ଗକୁ ନେଇ ବିରୋଧୀ ହୋହାଲ୍ଲା କରିଥିଲେ।

ଜଣେ ଦାଗି ମନ୍ତ୍ରୀ ଗୃହରେ କେମିତି ବସିବେ ବୋଲି ବିରୋଧୀ ଦଳ ନେତା ପ୍ରଶ୍ନ କରିଥିଲେ। ମନ୍ତ୍ରୀଙ୍କୁ ବହିଷ୍କାର କରି ତାଙ୍କ ନାମରେ ଥିବା ଅଭିଯୋଗର ତଦନ୍ତ ହେଉ। ଏଥିପାଇଁ ବାଚସ୍ପତିଙ୍କ ରୁଲିଂ ପାଇଁ ବିରୋଧୀ ଦଳ ନେତା ଦାବି କରିଥିଲେ। ଏହାକୁ ନେଇ ବିଜେପି ସଦସ୍ୟମାନେ ଗୃହର ମଧ୍ୟଭାଗକୁ ଆସି ହଟ୍ଟଗୋଳ କରିଥିଲେ। ଫଳରେ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ଗୃହକୁ ଅପରାହ୍ନ ୪ଟା ଯାଏ ମୁଲତବୀ ଘୋଷଣା କରିଛନ୍ତି ।

 

Comments are closed.