Odisha Link
Bridging the Missing Links in Odisha

ଜମ୍ମୁ କଶ୍ମୀରରେ ଏନ୍‌କାଉଣ୍ଟର୍‌, ୨ ଆତଙ୍କୀ ନିହତ

ଶ୍ରୀନଗର: ଜମ୍ମୁ କଶ୍ମୀରରେ ଏନ୍‌କାଉଣ୍ଟର୍। ଜମ୍ମୁ ଓ କଶ୍ମୀରର ଶୋପିଆଁ ଜିଲ୍ଲାରେ ନିରାପତ୍ତା ବଳଙ୍କ ସହ ଏନ୍‌କାଉଣ୍ଟର୍‌ରେ ୨ ଆତଙ୍କବାଦୀ ନିହତ ହୋଇଛନ୍ତି। ଗତକାଲି ରାତି ପ୍ରାୟ ୨ଟା ବେଳେ ଶୋପିଆଁର ମନିହାଲ୍‌ ଅଞ୍ଚଳରେ ନିରାପତ୍ତା ବଳ ଓ ଆତଙ୍କବାଦୀଙ୍କ ମଧ୍ୟରେ ଆରମ୍ଭ ହୋଇଥିବା ଗୁଳି ବିନିମୟ ଏପର୍ଯ୍ୟନ୍ତ ଚାଲୁ ରହିଛି।

ସମ୍ପୃକ୍ତ ଅଞ୍ଚଳରେ ଆତଙ୍କବାଦୀମାନଙ୍କର ଉପସ୍ଥିତି ସଂକ୍ରାନ୍ତରେ ସୂଚନା ପାଇବା ପରେ ଜମ୍ମୁ ଓ କଶ୍ମୀର ପୁଲିସ, ଭାରତୀୟ ସେନା ଏବଂ ‘ସିଆର୍‌ପିଏଫ୍‌’ ମିଳିତ ଭାବେ ସର୍ଚ୍ଚ ଅପରେସନ ଆରମ୍ଭ କରିଥିଲେ।

ଜମ୍ମୁ ଓ କଶ୍ମୀର ପୁଲିସ କହିବା ଅନୁସାରେ, ଏହି ମିଳିତ ସର୍ଚ୍ଚ ଅପରେସନ ଅଭିଯାନରେ ଦୁଇଜଣ ଅଜ୍ଞାତ ଆତଙ୍କବାଦୀ ନିହତ ହୋଇଛନ୍ତି। ଏବେ ମଧ୍ୟ ମିଳିତ ସର୍ଚ୍ଚ ଅପରେସନ ଅଭିଯାନ ଚାଲିଛି। ନିହତ ଆତଙ୍କବାଦୀଙ୍କ ପରିଚୟ ମିଳିନାହିଁ। ସେ ଅଞ୍ଚଳରେ ଆହୁରି କେତେକ ଆତଙ୍କବାଦୀ ଆତ୍ମଗୋପନ କରିଥିବା ଅନୁମାନ କରାଯାଉଛି।

Comments are closed.