ଲିଙ୍ଗରାଜ ସେବାୟତଙ୍କୁ କରୋନା

ଭୁବନେଶ୍ୱର: ପୁଣି ଡରାଇଲାଣି କରୋନା କାୟା। ଓଡ଼ିଶାରେ କରୋନା ଗ୍ରାଫ୍ ମଧ୍ୟ ଧୀରେ ଧୀରେ ଉପର ମୁହାଁହେଉଛି। ରାଜ୍ୟରେ ଗତ କିଛି ଦିନ ହେଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୦ ଉପରେ ରହୁଛି। ଏହାରି ମଧ୍ୟରେ ଆଜି ଲିଙ୍ଗରାଜ ମନ୍ଦିରର ଜଣେ ସେବାୟତ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ।
ସେବାୟତଙ୍କ ସହ ତାଙ୍କ ପରିବାରର ଅନ୍ୟ ୩ ଜଣ ମଧ୍ୟ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ତେବେ ସମସ୍ତ ସଂକ୍ରମିତଙ୍କୁ ସଙ୍ଗରୋଧରେ ରଖାଯିବା ସହ କଣ୍ଟାକ୍ଟ ଟ୍ରେସିଂ ଜାରି ରହିଛି।
ଆଜି ରାଜ୍ୟରେ ୧୪୬ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୮୭ ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କେସ୍ ୫୯ ବୋଲି ଜଣାଯାଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୮୯୬୩ରେ ପହଞ୍ଚିଛି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି।