Odisha Link
Bridging the Missing Links in Odisha

ରାଜ୍ୟରେ ଉପର ମୁହାଁ କରୋନା ଗ୍ରାଫ୍, ଦିନକରେ ୧୪୬ ପଜିଟିଭ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଉପର ମୁହାଁ କରୋନା ଗ୍ରାଫ୍। ଦିନକୁ ଦିନ ବଢ଼ିବାରେ ଲାଗିଲାଣି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ନୂଆ ୧୪୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା କରୋନା ସଂକ୍ରମିତଙ୍କ ମଧ୍ୟରୁ ୮୭ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୫୯ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୮୯୬୩ରେ ପହଞ୍ଚିଛି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି।

କରୋନା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୩ଜଣ, ବାଲେଶ୍ୱର ଜିଲ୍ଲାରୁ ୪ଜଣ, ବରଗଡ଼ ଜିଲ୍ଲାରୁ ୩ଜଣ, ବଲାଙ୍ଗୀର ଜିଲ୍ଲାରୁ ୯ଜଣ, କଟକ ଜିଲ୍ଲାରୁ ୨୫ଜଣ, ଗଞ୍ଜାମ ଜିଲ୍ଲାରୁ ୫ଜଣ, ଜଗତସିଂହପୁର ଜିଲ୍ଲାରୁ ୩ଜଣ, ଯାଜପୁର ଜିଲ୍ଲାରୁ ୪ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ଜଣେ, କଳାହାଣ୍ଡି ଜିଲ୍ଲାରୁ ୨ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୩୫ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୩ଜଣ, ନବରଙ୍ଗପୁର ଜିଲ୍ଲାରୁ ଜଣେ, ନୂଆପଡ଼ା ଜିଲ୍ଲାରୁ ୧୨ଜଣ, ପୁରୀ ଜିଲ୍ଲାରୁ ୨ଜଣ, ରାୟଗଡ଼ା ଜିଲ୍ଲାରୁ ୨ଜଣ, ସମ୍ବଲପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ୧୨ଜଣ, ଷ୍ଟେଟ୍‌ ପୁଲ୍‌ରୁ ୮ଜଣ ରହିଛନ୍ତି।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୩୮୯୬୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୮୬୭ ଜଣ ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୩୬୧୨୪ ଜଣ ସୁସ୍ଥ ହୋଇଛନ୍ତି। ଏବେ ସୁଦ୍ଧା ରାଜ୍ୟରେ ୮୮୧୪୧୫୯ ସାମ୍ପୁଲ ଟେଷ୍ଟ୍ ହୋଇଛି।

Comments are closed.