Odisha Link
Bridging the Missing Links in Odisha

‘ସମର୍ପଣ ନିଧି’କୁ ୧ ଲକ୍ଷ ଟଙ୍କା ଦାନ କଲେ ରାଷ୍ଟ୍ରପତି

ପୁରୀ: ରାଷ୍ଟ୍ରପତି ରାମନାଥ କୋବିନ୍ଦ ୨ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ରାଷ୍ଟ୍ରପତି ଆଜି ଶ୍ରୀମନ୍ଦିର ଯାଇ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କୁ ଦର୍ଶନ କରିଛନ୍ତି। ଶ୍ରୀଜିଉଙ୍କୁ ଦର୍ଶନ କରିବା ପରେ ‘ସମର୍ପଣ ନିଧି’କୁ ରାଷ୍ଟ୍ରପତି ଦାନ କରିଛନ୍ତି। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କୁ ନିଜ ଦରମାରୁ ୧ ଲକ୍ଷ ଟଙ୍କା ଦାନ କରିଛନ୍ତି ରାଷ୍ଟ୍ରପତି। ରାଷ୍ଟ୍ରପତିଙ୍କ ଦାନ ନେଇ ସୂଚନା ଦେଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ।

Comments are closed.