Odisha Link
Bridging the Missing Links in Odisha

ଶ୍ରୀମନ୍ଦିରରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ

ପୁରୀ: ପୁରୀ ଶ୍ରୀମନ୍ଦିରରେ ପହଞ୍ଚିଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ। ଆଜି ମହାପ୍ରଭୁଙ୍କ ଦର୍ଶନ ନିମନ୍ତେ ପୁରୀ ଯାଇଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ। ରାଷ୍ଟ୍ରପତିଙ୍କୁ ସ୍ୱାଗତ କରିଛନ୍ତି ଗଜପତି ମହାରାଜା। ରାଷ୍ଟ୍ରପତିଙ୍କ ସହ ରାଜ୍ୟପାଳ ଓ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ଅଛନ୍ତି। ପୁରୀ ଜିଲ୍ଲପାଳ ମଧ୍ୟ ସାଥିରେ ଅଛନ୍ତି। ପ୍ରାୟ ୨୫ ମିନିଟ ସମୟ ଶ୍ରୀମନ୍ଦିର ଭିତରେ ଅତିବାହିତ କରିବାର କାର୍ଯ୍ୟକ୍ରମ ରହିଛି।

ରାଷ୍ଟ୍ରପତିଙ୍କ ଗସ୍ତ ପୂର୍ବରୁ ପୁରୀରେ ସୁରକ୍ଷା ବ୍ୟବସ୍ଥା ଯାଞ୍ଚ କରିଛନ୍ତି ଅତିରିକ୍ତ ଡିଜି ଯଶୱନ୍ତ ଜେଠୱା। କାର୍‌କେଡ୍ ମକ୍‌ଡ୍ରିଲ ସହ ଶ୍ରୀମନ୍ଦିର ସୁରକ୍ଷା ବ୍ୟବସ୍ଥା ଅନୁଧ୍ୟାନ କରିଛନ୍ତି। ରାଷ୍ଟ୍ରପତି ଶ୍ରୀମନ୍ଦିରରେ ଥିବା ଯାଏଁ ସେବାୟତମାନେ ଉପସ୍ଥିତ ରହିବେ। ରାଷ୍ଟ୍ରପତିଙ୍କ ଗସ୍ତ ପାଇଁ ୪୦ ପ୍ଲାଟୁନ ଫୋର୍ସ ସମେତ ୨୫୦ ପୋଲିସ ଅଧିକାରୀ, ୧୩ ଜଣ ବରିଷ୍ଠ ପୋଲିସ ଅଧିକାରୀ ନିୟୋଜିତ ହୋଇଛନ୍ତି।

ସେପଟେ ରାଷ୍ଟ୍ରପତିଙ୍କ ଗସ୍ତ ପାଇଁ ବଡ଼ଦାଣ୍ଡର ମେଡିକାଲ ଛକରୁ ଶ୍ରୀମନ୍ଦିର ପର୍ଯ୍ୟନ୍ତ ରାସ୍ତାର ଉଭୟ ପାର୍ଶ୍ୱର ସମସ୍ତ ଦୋକାନ ଓ ଉଠା ଦୋକାନ ବନ୍ଦ ରହିଛି। ସକାଳ ୧୦ଟା ୪୫ ମିନିଟରେ କୋଣାର୍କ ଯାଇ ସୂର୍ଯ୍ୟ ମନ୍ଦିର ପରିଦର୍ଶନ କରିବା କାର୍ଯ୍ୟକ୍ରମ ରହିଛି । ପରେ ୧୧ଟା ୨୦ରୁ ୧୨ଟା ଯାଏଁ ଆଇଓସିଏଲ ଵ୍ୟାଖ୍ୟାନ ପରିଦର୍ଶନ କରିବେ। ୧୨ଟା ୫ ମିନିଟରେ କୋଣାର୍କ ଓଟିଡିସି ଯାତ୍ରୀନିବାସରେ ମଧ୍ୟାହ୍ନ ଭୋଜନ ଓ ବିଶ୍ରାମ ବ୍ୟବସ୍ଥା ହୋଇଛି । ଅପରାହ୍ନ ୪ ଟାରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ କୋଣାର୍କରୁ ହେଲିକପ୍ଟର ଯୋଗେ ଭୁବନେଶ୍ୱର ପ୍ରତ୍ୟାବର୍ତ୍ତନ କରିବେ।

Comments are closed.